ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଉଛି। ପଶ୍ଚିମର ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ରବିବାର ୫ଟି ସ୍ଥାନରେ ପାରଦ ୪୪ ଡିଗ୍ରୀ ଟପିଥିଲା। ଟିଟିଲାଗଡ଼ରେ ସର୍ବାଧିକ ୪୪.୬ ଡିଗ୍ରୀ ଥିବାବେଳେ ସୋନପୁର ୪୪.୫, ବୌଦ୍ଧ ୪୪.୩, ନୂଆପଡ଼ା ୪୪ ଓ ବଲାଙ୍ଗୀରରେ ତାପମାତ୍ରା ୪୪.୩ ଡିଗ୍ରୀ ରହିଥିଲା। ସେହିଭଳି ଝାରସୁଗୁଡ଼ା ୪୨.୮, ସମ୍ବଲପୁର ୪୩.୭, ସୁନ୍ଦରଗଡ଼ ୪୨.୫, ହୀରାକୁଦ ୪୨.୮, ଭବାନୀପାଟଣା ୪୩, ଫୁଲବାଣୀ ୪୦.୨ ଓ ମାଲକାନଗିରିରେ ପାରଦ ୪୨ ଡିଗ୍ରୀ ଛୁଇଁଥିବାବେଳେ ଭୁବନେଶ୍ୱର ଏବଂ କଟକରେ ଯଥାକ୍ରମେ ୩୩.୮ ଓ ୩୪ ଡିଗ୍ରୀ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ତାତି ଓ ଗୁଳୁଗୁଳି ଜାରି ରହିବ। ଆସନ୍ତା ଦୁଇଦିନ ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ବରଗଡ଼ ଆଦି ୪ ଜିଲାକୁ ହିଟ୍‌ ଓ୍ବେଭ୍‌ ବା ଗ୍ରୀଷ୍ମ ପ୍ରବାହ ହେବ। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିବା ସହିତ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାକ୍‌ସାବଧାନତା ଅବଲମ୍ବନ କରିବା ପାଇଁ କୁହାଯାଇଛି। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତର ସମ୍ଭାବନା ରହିଥିବାରୁ କେତେକ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି।
ପାଣିପାଗ ବିଶେଷଜ୍ଞଙ୍କ ସୂଚନାନୁସାରେ, ୧୨ ତାରିଖ ପୂର୍ବରୁ ରାଜ୍ୟକୁ ମୌସୁମୀ ଆସିବ ନାହିଁ। ବର୍ତ୍ତମାନ ଉତ୍ତର ପଶ୍ଚିମ ଆଡୁ ଆଭ୍ୟନ୍ତରୀଣ ଓଡ଼ିଶାକୁ ଶୁଷ୍କ ବାୟୁ ପ୍ରବେଶ କରୁଛି। ତେଣୁ ଦିନରେ ପ୍ରଚଣ୍ଡ ଖରା ହେଉଛି। ଉପକୂଳରେ ଆକାଶ ସାମାନ୍ୟ ମେଘାଚ୍ଛନ୍ନ ସାଙ୍ଗକୁ ସାମୁଦ୍ରିକ ବାୟୁ ପ୍ରବେଶ କରୁଛି। ଫଳରେ ଜଳବାୟୁରେ ଥିବା ଆର୍ଦ୍ରତା ଗୁଳୁଗୁଳି ବଢ଼ାଉଛି। ଉପକୂଳରେ ଦିନରେ ୫୦% ଗୁଳୁଗୁଳି ରହୁଥିବାବେଳେ ସା ସମୟରେ ଏହା ବୃଦ୍ଧି ପାଇ ୭୦% ହୋଇଯାଉଛି। ତେଣୁ ରାତିରେ ମଧ୍ୟ ଅଧିକ ଗୁଳୁଗୁଳି ଅନୁଭୂତ ହେଉଛି। ୧୧ ତାରିଖ ପର୍ଯ୍ୟନ୍ତ ତାତି ଲାଗି ରହିବ। ଫଳରେ ମୌସୁମୀ ଆସିବାରେ ବି ବିଳମ୍ବ ହେଉଛି। ତେବେ ଆସନ୍ତା ୧୨ ତାରିଖବେଳକୁ ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବା ନେଇ ପୂର୍ବାନୁମାନ କରାଯାଉଛି। ହେଲେ ଏହା ଦୁର୍ବଳ ରହିବ। ତେଣୁ ବିଶେଷ ବର୍ଷା ହେବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?