ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟକୁ ଦେଖିଲେ, ଗତ ସପ୍ତାହ ମଧ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇଥିବାବେଳେ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪ଥର ରେକର୍ଡ ହୋଇଛି। ୨୩ ତାରିଖରେ ଏଠାରେ ସର୍ବୋଚ୍ଚ ତାପମାତ୍ରା ୩୧.୬ ଡିଗ୍ରୀ ରହିଥିବାବେଳେ ୨୪ ତାରିଖରେ ୩୧.୬ ଡିଗ୍ରୀ, ୨୬ ତାରିଖରେ ୩୧.୮ ଡିଗ୍ରୀ ଓ ୨୭ ତାରିଖରେ ୩୨.୪ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ଜାନୁଆରୀ ୨୩ରେ ରାଜଧାନୀ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ୧୩.୭ ଡିଗ୍ରୀ ଥିବାବେଳେ ସପ୍ତାହକ ଭିତରେ ୩.୧ ଡିଗ୍ରୀ ବୃଦ୍ଧି ପାଇ ୨୯ ତାରିଖ ଗୁରୁବାର ୧୬.୮ ଡିଗ୍ରୀ ଛୁଇଁଛି। ସେହିପରି ଜାନୁଆରୀ ୨୩ରେ ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ରା ୮.୪ ଡିଗ୍ରୀ ରହିଥିବାବେଳେ ଗୁରୁବାର ୧୩.୪ ଡିଗ୍ରୀ, କଟକରେ ୧୨.୪ ଡିଗ୍ରୀରୁ ବୃଦ୍ଧି ପାଇ ୧୫.୬ ଡିଗ୍ରୀ, ଅନୁଗୋଳରେ ୧୦ ଡିଗ୍ରୀରୁ ବୃଦ୍ଧି ପାଇ ଗୁରୁବାର ୧୪ ଡିଗ୍ରୀରେ ପହଞ୍ଚିଛି ।
ରାଜ୍ୟର ଦୁଇ ତିନୋଟି ଅଞ୍ଚଳକୁ ବାଦ୍‌ ଦେଲେ ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ ଓ ସେମିଳିଗୁଡାରେ ୯.୬ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ, ଦାରିଙ୍ଗିବାଡିରେ ୧୧ ଡିଗ୍ରୀ, ନବରଙ୍ଗପୁରରେ ୧୨.୫ ଡିଗ୍ରୀ, ନୂଆପଡାରେ ୧୩ ଡିଗ୍ରୀ, ମାଲକାନଗିରିରେ ୧୩.୨ ଡିଗ୍ରୀ, ବଲାଙ୍ଗୀରରେ ୧୩.୨ ଡିଗ୍ରୀ, ଝାରସୁଗୁଡାରେ ୧୩.୪ ଡିଗ୍ରୀ, ଜଗତ୍‌ସିଂହପୁରରେ ୧୩.୮ ଡିଗ୍ରୀ, କେନ୍ଦ୍ରାପଡାରେ ୧୩.୮ ଡିଗ୍ରୀ, ଭବାନୀପାଟଣାରେ ୧୩.୯ ଡିଗ୍ରୀ, ରାଉରକେଲାରେ ୧୩.୯ ଡିଗ୍ରୀ ଓ ଯାଜପୁରରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ ହୋଇଛି। ତେବେ ଆଗାମୀ ୭ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେଇଥିବାବେଳେ ଫେବୃଆରୀ ୩ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ତେବେ ଶୁକ୍ରବାର ପୁରୀ, ଖୋର୍ଦ୍ଧା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଟକ, ନୟାଗଡ଼ ଓ ଗଞ୍ଜାମ ଜିଲା, ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ଼, ଗଞ୍ଜାମ ଏବଂ ପୁରୀ ଜିଲାକୁ କୁହୁଡି ନେଇ ସତର୍କ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri