ଆହୁରି ଖସିବ ତାପମାତ୍ରା: ଘନ କୁହୁଡି ନେଇ ୫ଜିଲାକୁ ଓ୍ବେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୦।୧୧ (ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିଛି। ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହୁଛି। ସେହିପରି ୪ଦିନ ପରେ ରାତି ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ସହିତ ଶୀତ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଛି। ରବିବାର ରାଜ୍ୟର ସୁନ୍ଦରଗଡ଼, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ ଆଦି ଜିଲାରେ ଘନ କୁହୁଡି ନେଇ ପାଣିପାଗ ବିଭାଗ ପକ୍ଷରୁ ଓ୍ବେଲୋ ଓ୍ବାର୍ନିଂଜାରି କରାଯାଇଛି। ଗତ ୨୪ଘଣ୍ଟାରେ ଫୁଲବାଣୀ ଏବଂ ରାଉରକେଲାରେ ଘନ କୁହୁଡି ଦେଖା ଦେଇଥିବାବେଳେ ଭବାନୀପାଟଣା ଏବଂ କୋରାପୁଟରେ ମଧ୍ୟମ କୁହୁଡି ଦେଖା ଦେଇଥିଲା। ସେହିପରି ଜି. ଉଦୟଗିରିରେ ସର୍ବନିମ୍ନ ୮.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସିମିଳିଗୁଡାରେ ୯.୬ଡିଗ୍ରୀ, ଫୁଲବାଣୀ, ଦାରିଙ୍ଗିବାଡିରେ ୧୦ଡିଗ୍ରୀ, କେରାପୁଟରେ ୧୦.୨ ଡିଗ୍ରୀ, ଝାରସୁଗୁଡାରେ ୧୦.୪ ଡିଗ୍ରୀ, ନବରଙ୍ଗପୁର ୧୦.୮ ଡିଗ୍ରୀ, ରାଉରକେଲାରେ ୧୧ ଡିଗ୍ରୀ, ବଲାଙ୍ଗିରରେ ୧୨.୫ ଡିଗ୍ରୀ, ଭୁବନେଶ୍ୱରରେ ୧୭.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସର୍ବାଧିକ ତାପମାତ୍ରା ୩୧.୫ ଡିଗ୍ରୀ ଢେଙ୍କାନାଳରେ ରେକର୍ଡ ହୋଇଛି।
ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ସଂଲଗ୍ନ ଉପରେ ଘୂର୍ଣ୍ଣିଝଡ଼ ଡିଟୱା ଗତ ୬ଘଣ୍ଟା ମଧ୍ୟରେ ୧୦କି.ମି. ବେଗରେ ଉତ୍ତର ଶ୍ରୀଲଙ୍କା ଆଡକୁ ଗତି କରି ଶନିବାର ସେହି କ୍ଷେତ୍ର ଉପରେ କେନ୍ଦ୍ରିତ ହୋଇଥିଲା। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ସଂଲଗ୍ନ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରବିବାର ଭୋର୍‌ ସୁଦ୍ଧା ପହଞ୍ଚତ୍ବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରଯାଇଛି। ଏହାର ଓଡ଼ିଶା ଉପରେ ପ୍ରଭାବ ନ ଥିବାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri