Posted inରାଜ୍ୟ

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ବର୍ଷା ହୋଇଛି।

ନୟାଗଡ଼ ଜିଲା ବାରମୂଳରେ ୫.୪ ମି.ମି. ବର୍ଷା ହୋଇଥିବାବେଳେ କେନ୍ଦ୍ରାପଡ଼ା ମାର୍ଶାଘାଇରେ ୫ମି.ମି., ଡେରାବିଶରେ ୨.୫ମି.ମି., ଗରଦପୁରରେ ୨ମି.ମି., ଗଞ୍ଜାମ ଦିଗପହଣ୍ଡିରେ ୫ମି.ମି., ଯାଜପୁର ଜେନାପୁରରେ ୨.୨ ମି.ମି., ଜଗତ୍‌ସିଂହପୁର ପାରାଦୀପରେ ୧.୫ମି.ମି ଏବଂ ଗଜପତି ଜିଲା ମୋହନାଠାରେ ୦.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ଗତ ୨୪ଘଣ୍ଟାରେ ରାଜ୍ୟର ୯ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଏବଂ ଏହାଠାରୁ କମ୍‌ ରହିଥିଲା। ସର୍ବନିମ୍ନ ନିମ୍ନତମ ତାପମାତ୍ରା ସମତଳ ଅଞ୍ଚଳ ଭାବେ ରାଉରକେଲାଠାରେ ୧୨.୨ ଡିଗ୍ରୀ, ଜି.ଉଦୟଗିରିରେ ୯.୭ ଡିଗ୍ରୀ ଏବଂ ପାରଳାଖେମୁଣ୍ଡିଠାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଥିଲା। କିନ୍ତୁ ଏବେ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବାରୁ ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri