ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୫ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉପକୂଳ ଓଡ଼ିଶା ଗରମ ଓ ଗୁଳୁଗୁଳିରେ ଛଟପଟ ହେବ। ଏଥିପାଇଁ ୧୧ ଜିଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଅପରପକ୍ଷେ ଗତ ୨୪ ଘଣ୍ଟାରେ ବାଲେଶ୍ୱର ଜିଲା ଖଇରାଠାରେ ସର୍ବାଧିକ ୮୭ ମି.ମି. ବର୍ଷା ହୋଇଛି। ସେହିପରି କଟକ ଜିଲା ବାଙ୍କୀଠାରେ ୬୫ ମି.ମି., କେନ୍ଦ୍ରାପଡ଼ା ଜିଲା ଗରଦପୁରରେ ୬୪ ମି.ମି., କେନ୍ଦୁଝର ଜିଲା ଘଷିପୁରାରେ ୫୩ ମି.ମି., ନୟାଗଡ଼ ଜିଲା ରଣପୁରରେ ୪୬.୨ ମି.ମି., ପୁରୀ ଜିଲା କୃଷ୍ଣପ୍ରସାଦଠାରେ ୪୩.୫ ମି.ମି, ନିମାପଡ଼ାରେ ୪୨ ମି.ମି., ଖୋର୍ଦ୍ଧା ଜିଲା ଟାଙ୍ଗୀରେ ୪୦ ମି.ମି. ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବ ବୋଲି ବିଭାଗ ପୂର୍ବାନୁମାନ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri