Posted inଜାତୀୟ

ଅମଲାଙ୍କୁ ମନ୍ଦିର ମନା

ଥିରୁଭାନନ୍ତପୁରମ, ୧୯।୧: କେରଳର ଥିରୁଭୈରାନିକୁଲମ ମହାଦେବୀ ମନ୍ଦିରରେ ମାଲୟାଲମ ଅଭିନେତ୍ରୀ ଅମଲା ପଲ(୩୧)ଙ୍କୁ ମନ୍ଦିର କର୍ତ୍ତୃପକ୍ଷ ପ୍ରବେଶ ଅନୁମତି ଦେଇ ନ ଥିବା ସେ ଅଭିଯୋଗ ଆଣିଛନ୍ତି। ଅମଲା ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ହୋଇଥିବା କାରଣରୁ ତାଙ୍କୁ ମନ୍ଦିରକୁ ପ୍ରବେଶ କରାଇ ଦିଆଯାଇ ନ ଥିବା ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି। ୨୦୨୩ ମସିହାରେ ମଧ୍ୟ ଦେଶରେ ଧର୍ମଗତ ମତଭେଦ ଦେଖାଯିବା ଅବିଶ୍ୱସନୀୟ। ଠାକୁରାଣୀଙ୍କ ନିକଟକୁ ଯିବାର ସୌଭାଗ୍ୟ ନ ପାଇଲେ ମଧ୍ୟ ସେ ଦୂରରେ ରହି ଦେବୀଙ୍କ କୃପା ଉପଲବ୍ଧି କରିଥିବା ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

ଅଭିନେତ୍ରୀଙ୍କ ପୋଷ୍ଟକୁ ନେଇ ଥିରୁଭୈରନିକୁଲମ ମହାଦେବୀ ମନ୍ଦିର ଟ୍ରଷ୍ଟ ସେକ୍ରେଟାରି ପ୍ରସୁନ କୁମାର କହିଛନ୍ତି, କର୍ତ୍ତୃପକ୍ଷ କେବଳ ମନ୍ଦିର ନିୟମର ପାଳନ କରୁଛନ୍ତି। ଦେବୀଙ୍କ ଆରାଧନା କରୁଥିବା ଅନ୍ୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ମନ୍ଦିର ଭିତରକୁ ପ୍ରବେଶ କରାଇ ଦିଆଯାଉ ନ ଥିବାବେଳେ ତା’ ବିଷୟରେ କୌଣସି ଆଲୋଚନା ହେଉନାହିଁ। କିନ୍ତୁ ଯେତେବେଳେ ଜଣେ ସେଲିବ୍ରିଟିଙ୍କୁ ଏଭଳି ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ୁଛି ସେତେବେଳେ ତାହା ବିବାଦ ରୂପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri