ସୁନ୍ଦରଗଡ଼ର ପର୍ଯ୍ୟଟନ ବିଭବରେ ଯୋଡ଼ି ହେଲା ମନ୍ଦିର

ସୁନ୍ଦରଗଡ଼, ୭।୧(ଡି.ଏନ.ଏ.): ସୁନ୍ଦରଗଡ଼ ସହର ଅଙ୍ଗିରାପାଟ ପାହାଡ ଉପର ସତସଙ୍ଗ ବିହାରଠାରେ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ନବନିର୍ମିତ ଭବ୍ୟ ଶ୍ରୀମନ୍ଦିର ଶୁଭ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ସମାରୋହରେ ଅନୁଷ୍ଠିତ ହୋଇଛି। ଏଥିପାଇଁ ମନ୍ଦିର ତଥା ଜୟଗୁରୁ ସତସଙ୍ଗୀ କମିଟି ପକ୍ଷରୁ ବ୍ୟାପକ ଆୟୋଜନ ମଧ୍ୟରେ ଆୟୋଜିତ ଏହି ଉତ୍ସବରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଏହି ଅବସରରେ ପ୍ରାତଃ ବେଦମାଙ୍ଗଳୀ ଏବଂ ସାହାନାଇ, ପରେ ଉଷା କୀର୍ତ୍ତନ, ପ୍ରାତଃ ନୀତି ପ୍ରାର୍ଥନା, ତାପରେ ସଦ୍‌ ଗ୍ରନ୍ଥପାଠ କରାଯାଇଥିଲା। ମନ୍ଦିର ପରିସରରେ ଶ୍ରୀଶ୍ରୀ ବଡ଼ମା ଓ ଶ୍ରୀଶ୍ରୀ ବଡ଼ଦାଙ୍କର ଶ୍ରୀବିଗ୍ରହ ଉନ୍ମୋଚନ, ସ୍ଥାନୀୟ ନାରୀ କଲ୍ୟାଣ କେନ୍ଦ୍ରଠାରେ ସଙ୍ଗୀତାଞ୍ଜଳୀ, ଆଧ୍ୟାତ୍ମିକ ସମ୍ମିଳନୀ, ତାପରେ ଭଜନ କୀର୍ତ୍ତନ, ମାତୃ ସମ୍ମିଳନୀପରେ ସାରେ ସତସଙ୍ଗ ବିହାର ଠାରେ ସା ନୀତି ଓ ପ୍ରାର୍ଥନା ଏବଂ ସଦଗ୍ରନ୍ଥ ପାଠ ତାପରେ ଦର୍ଶନ ଓ ପ୍ରଣାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ୨୦୧୮ ମସିହାରୁ ଏହି ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରାୟ ୩ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଏହି ଭବ୍ୟ ମନ୍ଦିର ସୁନ୍ଦରଗଡ଼ର ପର୍ଯ୍ୟଟନ ବିଭବରେ ଯୋଡି ହୋଇ ଯାଇଛି। ଅଙ୍ଗିରାପାଟ ପାହାଡର ପ୍ରାକୃତିକ ସବୁଜିମା ଶୋଭାରାଜି ସହିତ ଏହି ଭବ୍ୟ ମନ୍ଦିର ସୁନ୍ଦରଗଡ଼ ସହରର ଶୋଭାରାଜିକୁ ଆହୁରି ଦ୍ବିଗୁଣିତ କରିଛି। ଏହି ପ୍ରତିଷ୍ଠା ମହୋତ୍ସବରେ ବିଭିନ୍ନ ସ୍ଥାନରୁ ହଜାର ହଜାର ଶ୍ରଦ୍ଧାଳୁ ଓ ସାଧାରଣ ଜନତାଙ୍କ ସମାଗମ ହୋଇଥିଲା। ନାରୀ କଲ୍ୟାଣ କେନ୍ଦ୍ର ପ୍ରାଙ୍ଗଣରେ ସମସ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri