Posted inଜାତୀୟ

ମନ୍ଦିରରେ ମୁସଲମାନ ମନ୍ତ୍ରୀଙ୍କ ପ୍ରବେଶକୁ ନେଇ ଉଠିଲା ବିବାଦ

ପାଟନା,୨୩।୮: ବିହାରରେ ମହାମେଣ୍ଟ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଗୟାସ୍ଥିତ ବିଷ୍ଣୁପଦ ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ମହମ୍ମଦ ଇସ୍ରାଏଲ ମନସୁରୀଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। କିନ୍ତୁ ବର୍ତ୍ତମାନ ମନ୍ଦିର କମିଟି ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି। ବିଷ୍ଣୁପଦ ମନ୍ଦିରରେ ମନ୍ତ୍ରୀ ଇସ୍ରାଏଲ ମନସୁରୀଙ୍କ ପ୍ରବେଶ ବିବାଦ ସୃଷ୍ଟି କରିଛି। ଅଣ-ହିନ୍ଦୁମାନଙ୍କୁ ମନ୍ଦିର ଭିତରକୁ ଯିବାକୁ ବାରଣ କରାଯାଇଥିବା ସତ୍ତ୍ୱେ ମନସୁରୀ ମନ୍ଦିରରେ ପ୍ରବେଶ କରିବାକୁ ନେଇ କମିଟି ଆପତ୍ତି ଉଠାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ଭାଜପା ବିଧାୟକ ହରିଭୂଷଣ ଠାକୁର କହିଛନ୍ତି।
ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ମନ୍ଦିରରେ ପ୍ରାର୍ଥନା କରୁଥିବା ଏକ ଫଟୋ ସାମ୍ନାକୁ ଆସିଛି। ଫଟୋରେ ମନ୍ତ୍ରୀ ଇସ୍ରାଏଲ ମନସୁରୀ ମଧ୍ୟ ପଛରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ଏନେଇ ମନସୁରୀ କହିଛନ୍ତି, ସେ ଭାଗ୍ୟବାନ ଯେ ତାଙ୍କୁ ବିଷ୍ଣୁପଦ ମନ୍ଦିର ପରିଦର୍ଶନ କରିବାର ସୁଯୋଗ ମିଳିଛି।
ମନ୍ଦିର କମିଟିର ସଭାପତି ଶମ୍ଭୁ ଲାଲ ବିଠଲ ଏଥିରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ମନ୍ଦିରରେ ଅଣ-ହିନ୍ଦୁଙ୍କ ପ୍ରବେଶ ନିଷେଧ। ଏହି ପରମ୍ପରା ଅନେକ ଦିନରୁ ଚାଲିଆସୁଛି। ସେ ଜାଣି ନ ଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ସହ ଜଣେ ମୁସଲମାନ ମନ୍ତ୍ରୀ ଅଛନ୍ତି। ଯଦି ଆଗରୁ ଜାଣିଥାନ୍ତେ, ତେବେ ତାଙ୍କୁ ମନ୍ଦିର ଭିତରକୁ ଯିବାକୁ ଦେଇ ନ ଥାନ୍ତେ। ଜାଣିଶୁଶି ଏଭଳି କାର୍ଯ୍ୟ କରି ସନାତନ ଧର୍ମକୁ ଆଘାତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri