୧୦ ଦିନ ଖୋଲାହୁଏ ମା’ ଦାଣ୍ଡୁମାରାମ୍ମାଙ୍କ ମନ୍ଦିର

ପାରଳାଖେମୁଣ୍ଡି,୪ା୧୦ (ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ରହିଛି ଭିନ୍ନ ପରମ୍ପରାର ଏକ ଦୁର୍ଗା ମନ୍ଦିର। ମନ୍ଦିରଟି ବର୍ଷକୁ ମାତ୍ର ୧୦ଦିନ ପାଇଁ ଖୋଲା ହୁଏ ଓ ପୂଜାନୀତି ଚାଲେ। ପୁରାତନ ଏହି ମନ୍ଦିରଟି ପାରଳା ରାଜ ପରିବାର ତରଫରୁ ନିର୍ମିତ। ମା’ ଦୁର୍ଗା ଏଠାରେ ମା’ ଦାଣ୍ଡୁମାରାମ୍ମା ନାମରେ ପୂଜା ପାଇ ଆସୁଛନ୍ତି। ବର୍ଷକୁ ଥରେ କେବଳ ନବରାତ୍ର ୯ ଦିନ ମା’ଙ୍କ ପୂଜାର୍ଚ୍ଚନା ପରେ ବିଜୟା ଦଶମୀ ବିଳମ୍ବିତ ରାତିରେ ମନ୍ଦିରକୁ ବନ୍ଦ କରି ଦିଆଯାଏ। ରାଜାଙ୍କ ସମୟରେ ମହାଷ୍ଟମୀ ରାତିରେ ମା’ଙ୍କ ନିକଟରେ ବଳି ଦେବା ପ୍ରଥା ରହିଥିଲା। କାଳକ୍ରମେ ଏହି ପ୍ରଥା ବନ୍ଦ ହୋଇଯାଇଛି। ଏବେ ମନ୍ଦିର ନିକଟରେ ଥିବା ଦଣ୍ଡୁମାଲାସାହି ବାସିନ୍ଦାଙ୍କ ଦ୍ବାରା ମନ୍ଦିର ବର୍ତ୍ତମାନ ପରିଚାଳନା କରାଯାଉଛି। ପାରଳା ସହରବାସୀଙ୍କ ଆର୍ଥିକ ସହାୟତାରେ ବର୍ତ୍ତମାନ ଜାକଜମକରେ ମା’ଙ୍କ ନବରାତ୍ର ପାଳନ ଚାଲିଛି। ଦାଣ୍ଡୁମାଲାସାହି ବାସିନ୍ଦା ମା’ଙ୍କୁ ଏହି ୯ ଦିନ ନିଜ ଘରେ ଖିରି, ଖେଚେଡି ଆଦି ପ୍ରସ୍ତୁତ କରି ଆଣି ଭୋଗ ଲଗାଇଥାନ୍ତି। ବିଶ୍ୱାସ ରହିଛି, ମା’ ଦାଣ୍ଡୁମାରାମ୍ମାଙ୍କୁ ଦର୍ଶନ କଲେ ସର୍ବମଙ୍ଗଳ ପ୍ରାପ୍ତି ହେବା ସହ ଦୂରାରୋଗ୍ୟ ଓ ସମସ୍ତ କ୍ଲେଶ ଦୂର ହୁଏ। ଯାହା ମାନସିକ କଲେ ପୂର୍ଣ୍ଣ ହୁଏ। ମା’ଙ୍କ ପ୍ରତିମୂର୍ତ୍ତି ପଛରେ ଏକ ସାପବିଳା ରହିଛି। ଏଥିରେ ବହୁ କାଳରୁ ଏକମାତ୍ର ନାଗସାପ ରହିଥିବା ବିଶ୍ୱାସ ରହିଛି। ଗତ ରବିବାର ଅଷ୍ଟମୀ ପୂଜା ଉପଲକ୍ଷେ ମନ୍ଦିର ଜନଗହଳି ଥିବା ସମୟରେ ମା’ଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ନାଗ ସାପ ଦେଖିବାକୁ ମିଳିଥିଲା। ସାପ ଦେଖିବା ପାଇଁ ସହରର ଚାରିପଟୁ ଭକ୍ତଙ୍କ ଗହଳି ହୋଇଥିଲା। ନବରାତ୍ର ସରିଲେ ମନ୍ଦିର ବନ୍ଦ ହେବା ପରେ ଏହି ନାଗସାପଟି ମା’ଙ୍କ ଠାରେ ଜଗି ରହି ଆସୁଥିବା ବିଶ୍ୱାସ ରହିଛି। ଏଭଳି ଅନେକ କିମ୍ବଦନ୍ତୀ ଥିବା ଏହି ମନ୍ଦିରକୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନବରାତ୍ରରେ ବହୁ
ଭକ୍ତ ଆସି ପୂଜାର୍ଚ୍ଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri