ଶ୍ରୀମନ୍ଦିରରେ ଠେଲାପେଲା: ୨ ଭକ୍ତ ଆହତ

ପୁରୀ ଅଫିସ, ୧୬ା୧:ଶ୍ରୀମନ୍ଦିରରେ ପୁଣି ଘଟିଛି ଅଘଟଣ। ରବିବାର ପ୍ରବଳ ଭିଡ଼ ଯୋଗୁ ଶ୍ରୀମନ୍ଦିର ପରିସରସ୍ଥ ବାହାର କାଠ ନିକଟରେ ଠେଲାପେଲା ଘଟି ୨ଜଣ ଭକ୍ତ ଅଣନିଃଶ୍ୱାସୀ ହୋଇପଡ଼ିବା ସହ ଆହତ ହୋଇଛନ୍ତି। ସେମାନେ ହେଲେ କଟକର ଦିବ୍ୟା ସାହୁ (୧୬) ଓ ପୁରୀ ହାଡ଼ଗଡ଼ିଆ ସାହିର ସୁଲୋଚନା ସାହୁ (୬୫)। ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ୨୦ ଦିନ ତଳେ ଏଭଳି ଏକ ଘଟଣା ଘଟିଥିଲେ ମଧ୍ୟ ପ୍ରଶାସନ ଚେତିନାହିଁ।
ସୂଚନା ଅନୁଯାୟୀ, ଶନିବାର ମକର ସଂକ୍ରାନ୍ତି ଥିବାରୁ ଶ୍ରୀମନ୍ଦିରରେ ନୀତି ସରିବା ପରେ ବିଳମ୍ବିତ ରାତି ଅର୍ଥାତ୍‌ ପ୍ରାୟ ୩ଟା ୫୦ରେ ମହାପ୍ରଭୁଙ୍କ ପହୁଡ଼ ହୋଇଥିଲା। ସେହିପରି ରବିବାର ସକାଳ ୬ଟା ୩୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ଯାଇ ୭ଟା ୩୦ରେ ମଙ୍ଗଳ ଆଳତି କରାଯାଇଥିଲା। ରବିବାର ଛୁଟିଦିନ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତ ଅପେକ୍ଷା କରି ରହିଥିଲେ। ଦ୍ୱାର ଫିଟିବା ମାତ୍ରେ ଭକ୍ତମାନେ ଦୌଡ଼ାଦୌଡ଼ି ହୋଇ ସିଂହଦ୍ୱାର ଦେଇ ବାଇଶିପାହାଚରେ ଯାଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଥିଲେ। ତେବେ ମଙ୍ଗଳ ଆଳତି ଚାଲୁଥିବାବେଳେ ବାହାରକାଠ ନିକଟରେ ଠେଲାପେଲା ହେବାରୁ କେତେଜଣ ଭକ୍ତ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଠେଲାପେଲାରେ ଦିବ୍ୟା ଓ ସୁଲୋଚନା ଆହତ ହେବା ସହ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଏ ନେଇ ସୁଲୋଚନା କହିଛନ୍ତି, ମଙ୍ଗଳଆଳତି ସମୟରେ ସେ ବାହାର କାଠ ନିକଟରେ ଥିଲେ। ହଠାତ୍‌ ଲୋକଙ୍କ ଗହଳି ହେବାରୁ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ତାଙ୍କୁ ଅଣନିଃଶ୍ୱାସୀ ଲାଗିଥିଲା ଓ ମୁଣ୍ଡ ବୁଲାଇ ଦେଇଥିଲା। ସେ ଅଚେତ ହୋଇ ତଳେ ପଡ଼ିିଯାଇଥିଲେ। ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରଶାସନ ପଦକ୍ଷେପ ନେବା ଉଚିତ ବୋଲି ସେ ପ୍ରକାଶ କରିଛନ୍ତି। ଏ ନେଇ ଏସ୍‌ପି କନଓ୍ବର ବିଶାଲ ସିଂ କହିଛନ୍ତି, ରବିବାର ଛୁଟିଦିନ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ଲାଗି ପ୍ରବଳ ଗହଳି ହୋଇଥିଲା। ଦୁଇଜଣ ଭକ୍ତ ଅଶ୍ୱସ୍ତି ଅନୁଭବ କରି ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଦୁହିଁଙ୍କୁ ପୋଲିସ ସହାୟତାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଯେଭଳି ଠେଲାପେଲା ପରିସ୍ଥିତି କଥା କୁହାଯାଉଛି ସେଭଳି କିଛି ହୋଇନାହିଁ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ, ଗତ ଡିସେମ୍ବର ୨୬ରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅନ୍ତର୍ଗତ ହୃଦାନନ୍ଦ ହାଇସ୍କୁଲର ପ୍ରାୟ ୭୦ଜଣ ବିଦ୍ୟାର୍ଥୀ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସିଥିଲେ। ସେମାନେ ପ୍ରଶାସନ ପକ୍ଷରୁ ନିର୍ମିତ ବ୍ୟାରିକେଡ୍‌ରେ ଦୀର୍ଘ ସମୟ ଧରି ଅପେକ୍ଷା କରିବା ପରେ ବାଇଶିପାହାଚ ପାଖରେ ପହଞ୍ଚତ୍ଥିଲେ। ଏହି ସମୟରେ ପ୍ରବଳ ଭିଡ଼ ଯୋଗୁ ୯ଜଣ ଛାତ୍ରୀ ଅଚେତ ହୋଇପଡ଼ିଥିଲେ। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସା ପରେ ସେମାନେ ସୁସ୍ଥ ହୋଇ ଫେରିଯାଇଥିଲେ। ତେବେ ଏହି ଘଟଣାର ୨୦ ଦିନ ପରେ ପୁଣି ଶ୍ରୀମନ୍ଦିରରେ ଠେଲାପେଲାରେ ଭକ୍ତ ଅଚେତ ହେବା ଘଟଣା ପ୍ରଶାସନର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri