ମନ୍ଦିର, ଶ୍ୟାମାଚରଣପୁର କଣ୍ଟେନ୍‌ମେଣ୍ଟ ଜୋନ୍‌

ଢେଙ୍କାନାଳ ଅଫିସ, ୭ା୭
ଢେଙ୍କାନାଳ ସହରରେ ଥିବା ଏକ ପ୍ରମୁଖ ମନ୍ଦିରର ପୂଜକ ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୋମବାର ମନ୍ଦିର ସମେତ ଶ୍ୟାମାଚରଣପୁର ଅଞ୍ଚଳକୁ ୭୨ ଘଣ୍ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ସେହିପରି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯିବ। ଏଥିସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ଜିଲାପାଳ କହିଛନ୍ତି। ସୋମବାର ୩୩ ଜଣ ପୋଲିସ କର୍ମଚାରୀଙ୍କର ମଧ୍ୟ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ରିଜର୍ଭ ଇନ୍ସପେକ୍ଟର କବିରଞ୍ଜନ ସେଠି ସୂଚନା ଦେଇଛନ୍ତି ା
ରଥଯାତ୍ରା ଓ ବାହୁଡାଯାତ୍ରା ସମୟରେ ମନ୍ଦିର ପରିସରରେ ଦେବୋତ୍ତର ବିଭାଗର ଯେଉଁ କର୍ମଚାରୀ ଆକ୍ରାନ୍ତ ପୂଜକଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କାର୍ଯ୍ୟାଳୟକୁ ଆସିବାକୁ ମନା କରାଯାଇଛି। ସେମାନେ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ଓ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯିବ ବୋଲି ଉପଜିଲାପାଳ ତଥା ଜିଲା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି। ସେହିପରି ଜିଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ଓ ସାଧାରଣ ଲୋକଙ୍କ ପ୍ରବେଶ ଦ୍ୱାରଠାରେ ଥର୍ମୋଟେଷ୍ଟ କରାଯିବ। ଜରୁରୀ କାମ ନ ଥିଲେ ସାଧାରଣ ଲୋକଙ୍କୁ କାର୍ଯ୍ୟାଳୟ ଆସିବାକୁ ବାରଣ କରାଯାଇଛି ା ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତ୍ୱ ବଜାୟ ରଖିବା ଉପରେ ଜିଲାପାଳ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆକ୍ରାନ୍ତ ପୂଜକ ବୁଲାବୁଲି କରିଥିବା ଅଞ୍ଚଳକୁ ବିଶୋଧନ କରାଯାଇଛି। ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଥିବା ବେଳେ ୬୯ ଜଣ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri