ମନ୍ଦିର, ଶ୍ୟାମାଚରଣପୁର କଣ୍ଟେନ୍‌ମେଣ୍ଟ ଜୋନ୍‌

ଢେଙ୍କାନାଳ ଅଫିସ, ୭ା୭
ଢେଙ୍କାନାଳ ସହରରେ ଥିବା ଏକ ପ୍ରମୁଖ ମନ୍ଦିରର ପୂଜକ ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୋମବାର ମନ୍ଦିର ସମେତ ଶ୍ୟାମାଚରଣପୁର ଅଞ୍ଚଳକୁ ୭୨ ଘଣ୍ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ସେହିପରି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯିବ। ଏଥିସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ଜିଲାପାଳ କହିଛନ୍ତି। ସୋମବାର ୩୩ ଜଣ ପୋଲିସ କର୍ମଚାରୀଙ୍କର ମଧ୍ୟ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ରିଜର୍ଭ ଇନ୍ସପେକ୍ଟର କବିରଞ୍ଜନ ସେଠି ସୂଚନା ଦେଇଛନ୍ତି ା
ରଥଯାତ୍ରା ଓ ବାହୁଡାଯାତ୍ରା ସମୟରେ ମନ୍ଦିର ପରିସରରେ ଦେବୋତ୍ତର ବିଭାଗର ଯେଉଁ କର୍ମଚାରୀ ଆକ୍ରାନ୍ତ ପୂଜକଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କାର୍ଯ୍ୟାଳୟକୁ ଆସିବାକୁ ମନା କରାଯାଇଛି। ସେମାନେ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ଓ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯିବ ବୋଲି ଉପଜିଲାପାଳ ତଥା ଜିଲା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି। ସେହିପରି ଜିଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ଓ ସାଧାରଣ ଲୋକଙ୍କ ପ୍ରବେଶ ଦ୍ୱାରଠାରେ ଥର୍ମୋଟେଷ୍ଟ କରାଯିବ। ଜରୁରୀ କାମ ନ ଥିଲେ ସାଧାରଣ ଲୋକଙ୍କୁ କାର୍ଯ୍ୟାଳୟ ଆସିବାକୁ ବାରଣ କରାଯାଇଛି ା ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତ୍ୱ ବଜାୟ ରଖିବା ଉପରେ ଜିଲାପାଳ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆକ୍ରାନ୍ତ ପୂଜକ ବୁଲାବୁଲି କରିଥିବା ଅଞ୍ଚଳକୁ ବିଶୋଧନ କରାଯାଇଛି। ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଥିବା ବେଳେ ୬୯ ଜଣ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri