କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି। ଏନେଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି।

ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ସେହିପରି ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିିସ ଫୋର୍ସ ସହ ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି। ଚଳିତବର୍ଷ ସମୁଦାୟ ୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବାକୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଛି।

ଏପରିକି ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାକୁ ୫ଟି ଭାଗରେ ବିଭକ୍ତ କରାଯାଇଛି। ମରିଚିକୋଟଠାରୁ ଶ୍ରୀମନ୍ଦିର ଚାରିପାଖକୁ ନୋ ଭେଇକିଲ୍‌ ଜୋନ ଘୋଷଣା କରାଯାଇଛି।

କେବଳ ପାସ୍‌ଧାରୀମାନଙ୍କ ନିମନ୍ତେ କଟକଣା ନାହିଁ। ସେହିପରି ଗାଡିଗୁଡିକ ପାର୍କିଂ ନିମନ୍ତେ ଶ୍ରୀଜଗନ୍ନାଥ ବଲଭ ପାର୍କିଂ, ମେଡିକାଲ ଛକଠାରେ ହୋଇଥିବା ବହୁତଳ ପାର୍କିଂଠାରେ ଚାରିଚକିଆ ଗାଡି ପାର୍କିଂ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ଆଡୁ ଆସୁଥିବା ବସଗୁଡିକ ବସଷ୍ଟାଣ୍ଡକୁ ଯାଇପାରିବେ। ଭିଆଇପି ବା ପ୍ରୋଟକଲ ଗାଡି ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପାର୍କିଂ କରାଯିବ। ଗାଡିଗୁଡିକ ଶ୍ରୀସେତୁ ଦେଇ ଆସିବ। ଯଦି ଗହଳି ଅଧିକ ହୁଏ ତେବେ ଭିଆପିଙ୍କ ଗାଡି ଲୋକନାଥ ରୋଡ ଦେଇ ଗଦାଧର ସ୍କୁଲ ପର୍ଯ୍ୟନ୍ତ ଆସିବ। ଯେଉଁମାନେ ଭୁବନେଶ୍ୱର ଆଡୁ ଚାରିଚକିଆରେ ଆସିବେ ସେମାନେ ବୀରହେରେକୃଷ୍ଣପୁର ଛକ ଠାରୁ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାକିଂ ଠାରେ ଗାଡି ପାର୍କିଂ କରିବେ। ପୁରୀ ଟାଉନ୍‌ ବସ୍‌, ଅଟୋ ରିକ୍ସାକୁ ବଡ଼ଦାଣ୍ଡରେ ମେଡିକାଲ୍‌ ଛକ ପର୍ଯ୍ୟନ୍ତ ଯିବାକୁ ଅନୁମତି ଦିଆଯିବ। ବ୍ରହ୍ମଗିରି ପାଶର୍‌ବରୁ ଆସୁଥିବା ହାଲୁକା ମୋଟର ଜାନ ଗୁଡିକର ଯାତ୍ରିକା, ବ୍ଲୁ ଫ୍ଲାଗ ବେଳାଭୂମି ଏବଂ ହୋଟେଲ ନୀଳାଚଳ ଅଶୋକାରେ ପାକିଂ କରିବେ। କୌଣସି ସହାୟତା ଆବଶ୍ୟକ ହେଲେ ୨୪୦୭ ପୁରୀ ପୋଲିସ୍‌ ସହାୟତା ନମ୍ବର -୬୩୭୦୯୬୭୧୦୦ ରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri