ମୁକୁଳା ଟ୍ରାନ୍ସଫର୍ମରରେ ଲାଗିଲା ଅସ୍ଥାୟୀ ବାଡ଼

ରସୁଲପୁର,୨୫ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ବାଜରର ବିଜୁ ଗ୍ରାମୀଣ ବଜାର ବିଏସ୍‌ ଆଗ୍ରୋ ଡିଲର ପଏଣ୍ଟ୍‌ ସମ୍ମୁଖରେ ମୁକୁଳା ଟ୍ରାନ୍ସଫର୍ମର ଚାରିପଟେ ଅସ୍ଥାୟୀ ବାଉଁଶବାଡ଼ ବୁଲାଇବା ଦିଗରେ ବିଦ୍ୟୁତ ବିତରଣ କମ୍ପାନୀ ଟାଟା ପାୱାର ଅଧିକାରୀ ତପତ୍ରତା ଦେଖାଇଛନ୍ତି। ବିଭାଗର ଅବହେଳା ଯୋଗୁ ଏକ ଜନଗହିଳପୂର୍ଣ୍ଣ ଓ ଲକ୍ଷ୍ମୀନାରାୟଣ ପୂଜା ଅବସରରେ ଭକ୍ତଙ୍କ ସମାଗମ ସ୍ଥାନରେ ଟ୍ରାନ୍ସଫର୍ମରଟି ବିପଦପୂର୍ଣ୍ଣ ଭାବରେ ଖୋଲା ପଡିଥିଲା। ଏନେଇ ଧରିତ୍ରୀରେ ଶୁକ୍ରବାର ଖବର ପ୍ରକାଶ ପାଇଥିଲା। ପରେ ଟ୍ରାନ୍ସଫର୍ମର ଚତୃପାର୍ଶ୍ୱରେ ଏକ ଅସ୍ଥାୟୀ ବାଡ଼ ବୁଲାଇ ଟ୍ରାନ୍ସଫର୍ମର ସ୍ଥଳକୁ ସୁରକ୍ଷିତ କରାଯାଇଛି। ଲକ୍ଷ୍ମୀନାରାୟଣ ପୂଜା ଅବସରରେ ଉକ୍ତ ଟ୍ରାନ୍ସଫର୍ମର ଚାରିପଟେ ଦୋକାନ ବଜାର ଘେରି ରହିଛି। ଭକ୍ତଙ୍କର ଭିଡ ଜମୁଥିବାରୁ ଏହି ସ୍ଥାନରେ ସ୍ଥାୟୀ ଲୁହାବାଡ ଲଗାଇବା ସମ୍ଭବପର ହେଉନାହିଁ। ପୂଜା ସରିଯିବା ପରେ ଅସ୍ଥାୟୀ ବାଡକୁ ହଟାଇ ଦିଆଯାଇ ଏକ ସ୍ଥାୟୀ ବାଡ଼ ଲଗାଇବା ବ୍ୟବସ୍ଥା କରାଯିବ ବୋଲି ବିଭାଗୀୟ ଅଧିକାରୀଙ୍କ ସୂତ୍ରରୁ ଜଣାଯାଇଛି। ତେବେ ଖବର ପ୍ରସାରଣ ପରେ ସମସ୍ୟା ସମାଧାନ ହୋଇପାରିଥିବାରୁ ଜନସାଧାରଣଙ୍କୁ ଚିନ୍ତାରୁ ମୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri