ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ ରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯାଇ, ନୂତନ ଭାବେ ଗଠନ ହୋଇଥିବା କ୍ଲଷ୍ଟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରର ଖୋଲିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳରେ ୨୦ଟି ଶଯ୍ୟା ବିଶିଷ୍ଟ କ୍ଲଷ୍ଟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ହୋଇଛି । ସମ୍ପ୍ରତି ଆକ୍ଟିଭ କଣ୍ଟାକ୍ଟ ଟ୍ରେସିଂ କରିବା ଅତି ଜରୁରୀ ବିଷୟ। ବ୍ଲକ ସ୍ତରୀୟ ସ୍ବାବ ସଂଗ୍ରହ ବୃଦ୍ଧିକରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅପରାହ୍ନ ୪ଟା ପରେ ସମସ୍ତ ଦୋକାନ ଯେମିତି ବନ୍ଦ ରହିବ ସେଥିପ୍ରତି କଡ଼ା ନଜର ରଖାଯିବ । ଦୋକାନ ସମ୍ମୁଖରେ ବ୍ୟାରିକେଟ ବ୍ୟବସ୍ଥା, ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା, ଦୋକାନୀ ଗ୍ଲୋବସ ପିନ୍ଧିବା, ମାସ୍କ ନାହିଁ ତ ସାମଗ୍ରୀ ନାହିଁ ପୋଷ୍ଟ ଲଗାଇବା, କେଉଁ ମାନଙ୍କୁ ସାମଗ୍ରୀ ବିକ୍ରି କଲେ ତାର ତଥ୍ୟ ରଖିବା ଇତ୍ୟାଦି ବିଷୟ ନେଇ ଅବମାନନା କରୁଥିବା ଦୋକାନ ବନ୍ଦ ହେବ। ଗାଁ ଗହଳିରେ ଲୋକେ ଏକାଠି ବସି ତାସ ଖେଳିବା ନଜର ଆସୁଛି । ସେମାନେ କୋଭିଡ ଆଇନ ଉଲ୍ଲଂଘନ କରୁଥିବା ହେତୁ ସେମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବା ପାଇଁ ସତର୍କ କରାଇଦିଆଯାଛି। ପନିପରିବା ବଜାର ବନ୍ଦ କରି ସାହିସାହିରେ ବିକ୍ରି କରିବା ଉପରେ ପୁଣିଥରେ ଗୁରୁତ୍ୱ ଦିଆଯାଇଛି । ମାଛ ବେପାରୀମାନେ ମାଛବିକ୍ରି କଲା ବେଳେ ବାରିକେଟ କରି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ଏହା ସହ କୋଭିଡ ଯୋଦ୍ଧାମାନଙ୍କର ସ୍ବାସ୍ଥ୍ୟ ପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?