ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ ରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯାଇ, ନୂତନ ଭାବେ ଗଠନ ହୋଇଥିବା କ୍ଲଷ୍ଟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରର ଖୋଲିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳରେ ୨୦ଟି ଶଯ୍ୟା ବିଶିଷ୍ଟ କ୍ଲଷ୍ଟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ହୋଇଛି । ସମ୍ପ୍ରତି ଆକ୍ଟିଭ କଣ୍ଟାକ୍ଟ ଟ୍ରେସିଂ କରିବା ଅତି ଜରୁରୀ ବିଷୟ। ବ୍ଲକ ସ୍ତରୀୟ ସ୍ବାବ ସଂଗ୍ରହ ବୃଦ୍ଧିକରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅପରାହ୍ନ ୪ଟା ପରେ ସମସ୍ତ ଦୋକାନ ଯେମିତି ବନ୍ଦ ରହିବ ସେଥିପ୍ରତି କଡ଼ା ନଜର ରଖାଯିବ । ଦୋକାନ ସମ୍ମୁଖରେ ବ୍ୟାରିକେଟ ବ୍ୟବସ୍ଥା, ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା, ଦୋକାନୀ ଗ୍ଲୋବସ ପିନ୍ଧିବା, ମାସ୍କ ନାହିଁ ତ ସାମଗ୍ରୀ ନାହିଁ ପୋଷ୍ଟ ଲଗାଇବା, କେଉଁ ମାନଙ୍କୁ ସାମଗ୍ରୀ ବିକ୍ରି କଲେ ତାର ତଥ୍ୟ ରଖିବା ଇତ୍ୟାଦି ବିଷୟ ନେଇ ଅବମାନନା କରୁଥିବା ଦୋକାନ ବନ୍ଦ ହେବ। ଗାଁ ଗହଳିରେ ଲୋକେ ଏକାଠି ବସି ତାସ ଖେଳିବା ନଜର ଆସୁଛି । ସେମାନେ କୋଭିଡ ଆଇନ ଉଲ୍ଲଂଘନ କରୁଥିବା ହେତୁ ସେମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବା ପାଇଁ ସତର୍କ କରାଇଦିଆଯାଛି। ପନିପରିବା ବଜାର ବନ୍ଦ କରି ସାହିସାହିରେ ବିକ୍ରି କରିବା ଉପରେ ପୁଣିଥରେ ଗୁରୁତ୍ୱ ଦିଆଯାଇଛି । ମାଛ ବେପାରୀମାନେ ମାଛବିକ୍ରି କଲା ବେଳେ ବାରିକେଟ କରି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ଏହା ସହ କୋଭିଡ ଯୋଦ୍ଧାମାନଙ୍କର ସ୍ବାସ୍ଥ୍ୟ ପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri