Posted inଜାତୀୟ

ଏଏପି ସରକାର ଆସିଲେ ଅସ୍ଥାୟୀ ନିଯୁକ୍ତିକୁ ସ୍ଥାୟୀ କରାଯିବ…

ନୂଆଦିଲ୍ଲୀ, ୧୦।୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା ପଞ୍ଜାବ ସରକାରଙ୍କୁ ୮,୭୩୬ ସ୍କୁଲ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମସ୍ତ ରାଜ୍ୟ ସରକାରଙ୍କୁ ମଧ୍ୟ ଏହା କରିବାକୁ ଅନୁରୋଧ କରିଛନ୍ତି। କେଜ୍ରିୱାଲ ଏହା ମଧ୍ୟ ଘୋଷଣା କରିଛନ୍ତି ଯେ ଯେଉଁଠାରେ ଏଏପି ସରକାର କ୍ଷମତାକୁ ଆସିବ, ସେହି ରାଜ୍ୟଗୁଡିକରେ ସମସ୍ତ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରାଯିବ। ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ମଧ୍ୟ ପଞ୍ଜାବ ସରକାରଙ୍କ ଭଳି ସମାନ କାର୍ଯ୍ୟ କରିବା ଉଚିତ।

ଅସ୍ଥାୟୀ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ଦିଲ୍ଲୀ ସରକାର ବିଧାନସଭାରେ ଏକ ବିଲ ଆଣିଥିଲେ ମଧ୍ୟ କେନ୍ଦ୍ର ଏହାକୁ ଅନୁମୋଦନ କରିନାହିଁ।

ସମ୍ପ୍ରତି ଯେତେବେଳେ ଦେଶରେ ସରକାରୀ ଚାକିରୀ ସଂଖ୍ୟା ହ୍ରାସ ପାଉଛି ଏବଂ ଅଧିକ ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ପାଉଛନ୍ତି। ସେତେବେଳେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମନ ଅସ୍ଥାୟୀ ଶିକ୍ଷକଙ୍କୁ ସ୍ଥାୟୀ କରି ଉଦାହରଣ ସୃଷ୍ଟି କରିଛନ୍ତି। ଏହି ପଦକ୍ଷେପ ଅନ୍ୟମାନଙ୍କ ପାଇଁ ଏକ ପ୍ରେରଣାର ଉତ୍ସ ସାବ୍ୟସ୍ତ ହେବ।

ଅସ୍ଥାୟୀ ତଥା ସ୍ଥାୟୀ ଶିକ୍ଷକଙ୍କ ଉଦ୍ୟମରେ ଦିଲ୍ଲୀରେ ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ହୋଇଛି ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି। ଆମର ଡାକ୍ତରଖାନାର ସ୍ଥାୟୀ କର୍ମଚାରୀମାନେ ଦିଲ୍ଲୀ ଡାକ୍ତରଖାନା ଏବଂ ମୋହାଲା କ୍ଲିନିକରେ ଅତ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ମୁଁ ସମସ୍ତ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ଯେ ସେମାନଙ୍କ ଅସ୍ଥାୟୀ କର୍ମଚାରୀଙ୍କ ସେବାକୁ ନିୟମିତ କରନ୍ତୁ। ଆମ ଆଦମୀ ପାର୍ଟି ତରଫରୁ ମୁଁ ଆପଣଙ୍କୁ ନିଶ୍ଚିତ କରୁଛି ଯେ ଆମର ସରକାର ଗଠନ ହେଲେ ଆମେ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବୁ।
ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଅତ୍ୟଧିକ ଶୋଷଣକାରୀ ବୋଲି କହି ସେ ପ୍ରଶ୍ନ କରିଛନ୍ତି ଯେ ଯଦି ଅର୍ଥନୀତି ଅଗ୍ରଗତି କରୁଛି ତେବେ ରାଜ୍ୟ ତଥା କେନ୍ଦ୍ର ସରକାର କାହିଁକି ସରକାରୀ ଚାକିରୀ ସଂଖ୍ୟା କାଟୁଛନ୍ତି?

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri