ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ତାତିରୁ ଏବେ ନିସ୍ତାର ମିଳିବ ନାହିଁ। ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ତାତି ଜାରି ରହିବ।

ବିସ୍ତାରିତ ପରିସର ଆକଳନ ଅନୁଯାୟୀ ୩ ରୁ ୯ ମଇ ମଧ୍ୟ୍ୟରେ ରାଜ୍ୟର ଗ୍ରୀଷ୍ମପ୍ରବାହ ଜାରି ରହିବା ସହ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ଲାଗିରହିବ ତଥା ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ୪୨ ରୁ ୪୪ ଡିଗ୍ରୀ ମଧ୍ୟରେ ତାତି ରେକର୍ଡ ହେବାର ସମ୍ଭାବନା ରହିଛି।

ଗୁରୁବାର ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୩.୬ଡିଗ୍ରୀ, ଭୁବନେଶ୍ୱର ୪୨.୨ ଡିଗ୍ରୀ, ହୀରାକୁଦ ୪୨.୨ ଡିଗ୍ରୀ, ସମ୍ବଲପୁର ୪୨.୨ ଡିଗ୍ରୀ, କେନ୍ଦୁଝର ୪୧.୮ ଡିଗ୍ରୀ, ଚାନ୍ଦବାଲି ୪୧.୮ ଡିଗ୍ରୀ, ରାଉରକେଲା ୪୧.୪ ଡିଗ୍ରୀ, ବାଲେଶ୍ୱର ୪୧ ଡିଗ୍ରୀ, ପୁରୀ ୩୫ ଡିଗ୍ରୀ, ଗୋପାଳପୁର ୩୪.୮ ଡିଗ୍ରୀ, ପାରାଦ୍ୱୀପ ୩୪.୨ ତାପମାତ୍ରା ରେକର୍ଡ ହୋଇଛି।

ତେବେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରାରେ ଆହୁରି ୨ ରୁ ୪ଡିଗ୍ରୀ ଯାଏ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତଥା ଆଗାମୀ ୫ଦିନ ରାଜ୍ୟର କିଛି ଜିଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ତଥା କିଛି କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୨୭, ୨୮ରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଏଥିପାଇଁ ରାଜ୍ୟରେ ସିଭିଅର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି। ଗୁରୁବାର ଗଞ୍ଜାମ ଓ ଗଜପତିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri