୧୦ ଦିନ ତଳେ ନେଇଥିଲେ ଘରଭଡ଼ା, ତାଲା ଭାଙ୍ଗିବାରୁ ମିଳିଲା ଯୁବତୀଙ୍କ ମୃତଦେହ

ଭୁବନେଶ୍ୱର,୭।୯ : ଭରତପୁର ଥାନା ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ଭଡାଘରୁ ମଙ୍ଗଳବାର ମିଳିଛି ଜଣେ ଯୁବତୀଙ୍କ ମୃତଦେହ। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସ୍ପଷ୍ଟ କରିଛି। ଅପରାହ୍ନରେ ଘର ମାଲିକଙ୍କଠୁ ଖବର ପାଇ ପୋଲିସ ପହଞ୍ଚିଥିଲା ଘଟଣାସ୍ଥଳରେ। ଘର ତାଲା ଭାଙ୍ଗି ଦେଖିବାରୁ ଭିତରେ ପଡ଼ିଥିଲା ଜଣେ ଯୁବତୀଙ୍କ ଗଳିତ ମୃତଦେହ। ମୃତ ଯୁବତୀଙ୍କର ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଚିଫିକ୍‌ ଟିମ୍‌ ପହଞ୍ଚି ପୂରା ଘରକୁ ଯାଞ୍ଚ କରି ପରୀକ୍ଷା କରିବା ସହ ବିଭିନ୍ନ ନମୁନା ସଂଗ୍ରହ କରିଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି।

ପଡ଼ିଶା ଲୋକଙ୍କ ଅନୁଯାୟୀ, ଜଣେ ଯୁବକ ଓ ଜଣେ ଯୁବତୀ ୧୦ ଦିନ ହେଲା ଘରଭଡା ନେଇ ରହୁଥିଲେ। ଯୁବକଙ୍କ ବାଇକରେ ଯୁବତୀ ଜଣକ ବସି ସକାଳୁ ଯାଇ ରାତିକୁ ଆସୁଥିଲେ। ସେମାନେ କେଉଁ କାମ, କେଉଁଠାରେ କରନ୍ତି କେହି ଜାଣି ନ ଥିଲେ। ଦୁହେଁ ସବୁବେଳେ ମାସ୍କ ଲଗାଉଥିବାରୁ କାହା ମୁହଁ ସ୍ପଷ୍ଟ ଦେଖାଯାଉ ନ ଥିଲା। କିଛି ଦିନ ହେଲା ଘରଟି ବାହାର ପଟୁ ତାଲା ପଡିଥିଲା। ତେବେ ମଙ୍ଗଳବାର ଘରୁ ଅତ୍ୟଧିକ ଦୁର୍ଗନ୍ଧ ହେବାରୁ ଘରମାଲିକଙ୍କୁ ଖବର ଦେଇଥିଲେ ପଡ଼ୋଶୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri