ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ ବୟସରେ ଚାକିରି ପାଇବା ରେକର୍ଡ ସୃଷ୍ଟି କରିଥିବା ବେଳେ ଏହା ପଛରେ ରହିଥିବା ଦୁଃଖଦ ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି। ଖବରରୁ ଜଣାପଡିଛି ରାଜେନ୍ଦ୍ର କୁମାର ଯାଦବ ନାମକ ବ୍ୟକ୍ତି ଭିଲାଇରେ ରେଲଓ୍ବେରେ ପିପି ୟାର୍ଡରେ ସହକାରୀ ଭାବେ କାର୍ଯ୍ୟ କରୁଥିଲେ। ସେ ଚୋରଡାରେ ସପରିବାର ରହୁଥିଲେ। ରାଜେନ୍ଦ୍ର ଗତ ଜୁନ୍‌ ୧ରେ ମୋଟରସାଇକେଲ ଯୋଗେ ସ୍ତ୍ରୀ ମଞ୍ଜୁଲତାଙ୍କୁ ଧରି ଭିଲାଇ ଯାଉଥିବା ବେଳେ ସଡକ ଦୁର୍ଘଟଣାରେ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ସୌଭାଗ୍ୟବଶତଃ ତାଙ୍କର ୧୦ ମାସର ଶିଶୁକନ୍ୟା ରାଧିକା ବଞ୍ଚତ୍ୟାଇଥିଲେ। ଏହାକୁ ଦକ୍ଷିଣ ପୂର୍ବ କେନ୍ଦ୍ର ରେଳ ବିଭାଗ ଗୁରୁତର ସହ ନେଇ ଏକ ସ୍ବତନ୍ତ୍ର ବୋର୍ଡ ଦ୍ୱାରା ରେଳ ମନ୍ତ୍ରୀଙ୍କ ସହ ଯୋଗାଯୋଗ କରି ଏହି ଛୋଟ ଶିଶୁଙ୍କ ଲାଳନ ପାଳନ ପାଇଁ ପୁନର୍ବସତି ଯୋଜନାରେ ଚାକିରି ଦେବାକୁ ନିଷ୍ପତ୍ତି ନେଇଥିଲେ। ବୋର୍ଡର ଅନୁମୋଦନ ପରେ ଜୁଲାଇ ୭ ତାରିଖରେ ରାଧିକାଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା। ନିଜର ସମ୍ପର୍କୀୟଙ୍କ ସହ କୁନି ଝିଅ ରାଧିକା ରେଳବିଭାଗର ବୋର୍ଡ ନିକଟକୁ ଆସିଥିଲେ। ସେଠାରେ ନିଯୁକ୍ତିପତ୍ରରେ ତାଙ୍କ ଟିପଚିହ୍ନ ନିଆଯାଇଥିଲା। ତେବେ ବୋର୍ଡ ନିଷ୍ପତ୍ତି ଅନୁସାରେ ଶିଶୁ ରାଧିକା ୧୮ ବର୍ଷ ହେବା ଯାଏ ତାଙ୍କର ସମ୍ପୂର୍ଣ୍ଣ ଦରମା ପାଇବେ। ୧୮ ବର୍ଷ ପରେ ତାଙ୍କୁ ରେଲଓ୍ବେରେ ଯୋଗ୍ୟତା ଅନୁଯାୟୀ ନିଯୁକ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ସ୍ବତନ୍ତ୍ର ଶିଶୁ ବିକାଶ ସଂସ୍ଥା ଏବଂ ତାଙ୍କ ସମ୍ପର୍କୀୟମାନେ ଶିଶୁଟିର ଲାଳନ ପାଳନ କରିବେ। ତାଙ୍କ ଦରମା ବ୍ୟାଙ୍କ ଏକାଉଣ୍ଟରେ ରହିବ ବୋଲି ଜଣାପଡିଛି। ଭାରତ ରେଲଓ୍ବେ ଇତିହାସରେ ଏତେ ଛୋଟ ଶିଶୁଙ୍କୁ ନିଯୁକ୍ତି ମିଳିବା ଘଟଣା ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri