Posted inଖେଳ

ତେନ୍ଦୁଲକର ଦେଲେ ୧ କୋଟି ଟଙ୍କା

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଥିବାରୁ ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଏବେ ସଙ୍କଟରେ ପଡ଼ିଛି। ରୋଗୀଙ୍କୁ ଚିକିତ୍ସା କ୍ଷେତ୍ରରେ ଅକ୍ସିଜେନ ଓ ଗୁରୁତ୍ୱପୂର୍ଣ୍ଣ ଔଷଧର ଅଭାବ ଦେଖାଦେଇଛି। ସମଗ୍ର ଦେଶରେ ହସ୍ପିଟାଲଗୁଡ଼ିକୁ ଜୀବନରକ୍ଷାକାରୀ ଅକ୍ସିଜେନ କନ୍‌ସେନଟ୍ରେଟର୍ସ ଯୋଗାଇ ଦେଉଥିବା ‘ମିଶନ ଅକ୍ସିିଜେନ୍‌’ ନାମକ ସଂସ୍ଥାକୁ ତେନ୍ଦୁଲକର ଏହି ଅର୍ଥ ଦାନ କରିଛନ୍ତି। ସୂଚନାଯୋଗ୍ୟ, ମୁମ୍ବାଇର ଏହି ୪୮ ବର୍ଷୀୟ ବ୍ୟାଟିଂ ଆଇକନ ଗତ ମାସରେ କରୋନା ସଂକ୍ରମିତ ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ। ଯୋଗ୍ୟ ବିବେଚିତ ହେବା ମାତ୍ରେ ସେ ପ୍ଲାଜ୍‌ମା ଦାନ କରିବାକୁ ପ୍ରସ୍ତୁତ ବୋଲି ନିକଟରେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri