Posted inଖେଳ

ଓ୍ବାଙ୍ଖଡେ ଷ୍ଟାଡିୟମରେ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି

ମୁମ୍ବାଇ, ୧ା୧୧(ପି.ଟି.): ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଭାରତ ବନାମ ଶ୍ରୀଲଙ୍କା ବିଶ୍ୱକପ୍‌ ମ୍ୟାଚ ଖେଳାଯିବା ଅବସରରେ କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହେବ। ବର୍ଷ ପ୍ରାରମ୍ଭରେ ଏହି ବିଷୟରେ ସୂଚନା ଦିଆଯାଇଥିଲା। ତେନ୍ଦୁଲକର ଗତ ଏପ୍ରିଲରେ ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ମଙ୍ଗଳବାର ଏହି ପ୍ରତିମୂର୍ତ୍ତିରେ ଶେଷ ସ୍ପର୍ଶ ଦିଆଯାଇଛି। ଷ୍ଟ୍ରୋକ୍‌ ଖେଳୁଥିବା ମୁଦ୍ରାରେ ଏହି କିମ୍ବଦନ୍ତୀ ବ୍ୟାଟରଙ୍କ ପ୍ରତିମୂର୍ତ୍ତିଟି ସଚିନ ତେନ୍ଦୁଲକର ଷ୍ଟାଣ୍ଡ ନିକଟରେ ରଖାଯାଇଛି। ତେନ୍ଦୁଲକରଙ୍କ ମୂର୍ତ୍ତି ଉଦ୍‌ଘାଟନ ଉତ୍ସବରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଧେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବିସ, ତେନ୍ଦୁଲକର, ବିସିସିଆଇ ସମ୍ପାଦକ ଜୟ ଶାହା, କୋଷାଧ୍ୟକ୍ଷ ଆଶିଷ ଶେଲାରଙ୍କ ସମେତ ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଅଫିସିଆଲ, ସଭାପତି ଅମୋଲ କାଲେ, ସମ୍ପାଦକ ଅଜିଙ୍କ୍ୟ ନାଏକ ଏବଂ ଆପେକ୍ସ କାଉନ୍‌ସିଲର ଅନ୍ୟ ସଦସ୍ୟଗଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୂର୍ତ୍ତିଟିକୁ ରାଜ୍ୟ ଅନ୍ତର୍ଗତ ଅହମଦନଗରର ଚିତ୍ରକାର ଶିଳ୍ପୀ ପ୍ରମୋଦ କାମ୍ବଲି ତିଆରି କରିଛନ୍ତି। ତେନ୍ଦୁଲକର ତାଙ୍କ ହୋମ୍‌ ଗ୍ରାଉଣ୍ଡରେ ଭାରତ ତରଫରୁ ଶେଷ ମ୍ୟାଚ ଖେଳିବାର ୧୦ବର୍ଷ ପରେ ତାଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri