Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ତେନ୍ଦୁଲକର

ମୁମ୍ବାଇ, ୩ା୪(ପି.ଟି.): କରୋନା ସଂକ୍ରମିତ ହୋଇଥିବା ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ଏହି ପୂର୍ବତନ ଷ୍ଟାର କ୍ରିକେଟରଙ୍କ କୋଭିଡ୍‌ ଟେଷ୍ଟ ମାର୍ଚ୍ଚ ୨୭ରେ ହୋଇଥିଲା ଏବଂ ଫଳାଫଳ ପଜିଟିଭ ଆସିଥିଲା। ସେହିଦିନଠାରୁ ସେ ନିଜ ବାସଭବନରେ ଆଇସୋଲେଶନରେ ରହିଆସୁଥିଲେ। ଡାକ୍ତରୀ ପରାମର୍ଶ କ୍ରମେ ସତର୍କତାମୂଳକ ପଦକ୍ଷେପସ୍ବରୂପ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛିଦିନ ମଧ୍ୟରେ ସେ ସୁସ୍ଥ ହୋଇ ଫେରିବେ ବୋଲି ଆଶାପ୍ରକାଶ କରି କହିଛନ୍ତି ଏହି ପୂର୍ବତନ ଷ୍ଟାର ବ୍ୟାଟ୍ସମ୍ୟାନ। ତେନ୍ଦୁଲକର ୨୦୧୧ରେ ଐତିହାସିକ ବିଶ୍ୱକପ୍‌ ବିଜୟ ସଫଳତା ହାସଲ କରିଥିବା ଭାରତୀୟ କ୍ରିକେଟ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ଥିଲେ। ଏହାର ୧୦ମ ବାର୍ଷିକ ପୂର୍ତ୍ତି ଅବସରରେ ସେ ଟ୍ବିଟର ଜରିଆରେ ତାଙ୍କ ଟିମ୍‌ମେଟ୍‌ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତେନ୍ଦୁଲକରଙ୍କ ବ୍ୟତୀତ ଭାରତର ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ, ତାଙ୍କ ବଡ଼ଭାଇ ୟୁସୁଫ୍‌ ଏବଂ ଏସ୍‌. ବଦ୍ରିନାଥ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ଏମାନେ ସମସ୍ତେ ନିକଟରେ ଅନୁଷ୍ଠିତ ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ଚ୍ୟାଲେଞ୍ଜ କ୍ରିକେଟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଭେଟେରାନ କ୍ରିକେଟରମାନଙ୍କୁ ନେଇ ହୋଇଥିବା ଏହି ଟୁର୍ନାମେଣ୍ଟରେ ତେନ୍ଦୁଲକରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚାମ୍ପିୟନ ହୋଇଥିଲା। ଖେଳ ଦେଖିବା ଲାଗି ଦର୍ଶକମାନଙ୍କୁ ଷ୍ଟାଡିୟମରେ ଅନୁମତି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri