Posted inଖେଳ

ସଚିନ୍‌ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ କରିଥିଲେ ବିବାହ: ପ୍ରେମ ମାନି ନ ଥିଲା ବୟସ ତାରତମ୍ୟ…

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକରଙ୍କୁ ଶନିବାର ୪୮ ବର୍ଷ ପୂରଣ ହୋଇଛି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ସଚିନ୍‌ ତାଙ୍କଠାରୁ ୬ ବର୍ଷ ବୟସ୍କ ଅଞ୍ଜଳିଙ୍କୁ ବିବାହ କରିଥିଲେ। ଅଞ୍ଜଳିଙ୍କ ଜନ୍ମ ୧୯୬୭ ନଭେମ୍ବର ୧୦ରେ ହୋଇଥିଲା। ପ୍ରେମ ବୟସର ତାରତମ୍ୟକୁ ମାନି ନ ଥିଲା। ଶେଷରେ ସଚିନ୍‌ ଏବଂ ଅଞ୍ଜଳି ୧୯୯୫ ମେ’ ୨୪ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ସଚିନଙ୍କ ଜୀବନରେ ୨୪ ତାରିଖର ବେଶ୍‌ ଗୁରୁତ୍ୱ ରହିଛି। ଅଞ୍ଜଳିଙ୍କ ସହିତ ତାଙ୍କର ସାକ୍ଷାତ୍‌ ୧୯୯୦ ଅଗଷ୍ଟ ୨୪ରେ ମୁମ୍ବାଇ ବିମାନ ବନ୍ଦରରେ ହୋଇଥିଲା। ପରେ ତାଙ୍କ ବିବାହ ମଧ୍ୟ ୨୪ ତାରିଖରେ ହେବା ସହିତ ଭିନ୍ନ ଭିନ୍ନ ମାସର ଏହି ତାରିଖରେ ସେ ବହୁ ରେକର୍ଡ ମଧ୍ୟ କରିଛନ୍ତି। ୧୯୯୦ରେ ଇଂଲଣ୍ଡ ଗସ୍ତରୁ ଭାରତ ଫେରି ପ୍ରଥମେ ଏକ ସେକେଣ୍ଡ ହ୍ୟାଣ୍ଡ୍‌ ମାରୁତି-୮୦୦ କାର୍‌ କିଣିଥିଲେ। ତାଙ୍କ ପାଖରେ ଡ୍ରାଇଭିଂ ଲାଇସେନ୍ସ୍‌ ମଧ୍ୟ ନ ଥିଲା। ତେବେ ପରବର୍ତ୍ତୀ ସମୟରେ ସମୟ ବଦଳିଥିଲା। ସଚିନ୍‌ଙ୍କ ପାଖରେ ବିଳାସପୂର୍ଣ୍ଣ ଗାଡିର ଲାଇନ୍‌ ଲାଗି ଯାଇଥିଲା ବୋଲି ତାଙ୍କ ବନ୍ଧୁ ସୁନୀଲ ସଚିନ୍‌ଙ୍କ ସହିତ ବାନ୍ଦ୍ରାର ସାହିତ୍ୟ ସହବାସ କଲୋନୀରେ ବିତାଇ ଥିବା ପୁରୁଣା ଦିନକୁ ମନେ ପକାଇ ଏକ ସାକ୍ଷାତ୍‌କାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri