Posted inଖେଳ

ସଚିନ୍‌ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ କରିଥିଲେ ବିବାହ: ପ୍ରେମ ମାନି ନ ଥିଲା ବୟସ ତାରତମ୍ୟ…

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକରଙ୍କୁ ଶନିବାର ୪୮ ବର୍ଷ ପୂରଣ ହୋଇଛି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ସଚିନ୍‌ ତାଙ୍କଠାରୁ ୬ ବର୍ଷ ବୟସ୍କ ଅଞ୍ଜଳିଙ୍କୁ ବିବାହ କରିଥିଲେ। ଅଞ୍ଜଳିଙ୍କ ଜନ୍ମ ୧୯୬୭ ନଭେମ୍ବର ୧୦ରେ ହୋଇଥିଲା। ପ୍ରେମ ବୟସର ତାରତମ୍ୟକୁ ମାନି ନ ଥିଲା। ଶେଷରେ ସଚିନ୍‌ ଏବଂ ଅଞ୍ଜଳି ୧୯୯୫ ମେ’ ୨୪ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ସଚିନଙ୍କ ଜୀବନରେ ୨୪ ତାରିଖର ବେଶ୍‌ ଗୁରୁତ୍ୱ ରହିଛି। ଅଞ୍ଜଳିଙ୍କ ସହିତ ତାଙ୍କର ସାକ୍ଷାତ୍‌ ୧୯୯୦ ଅଗଷ୍ଟ ୨୪ରେ ମୁମ୍ବାଇ ବିମାନ ବନ୍ଦରରେ ହୋଇଥିଲା। ପରେ ତାଙ୍କ ବିବାହ ମଧ୍ୟ ୨୪ ତାରିଖରେ ହେବା ସହିତ ଭିନ୍ନ ଭିନ୍ନ ମାସର ଏହି ତାରିଖରେ ସେ ବହୁ ରେକର୍ଡ ମଧ୍ୟ କରିଛନ୍ତି। ୧୯୯୦ରେ ଇଂଲଣ୍ଡ ଗସ୍ତରୁ ଭାରତ ଫେରି ପ୍ରଥମେ ଏକ ସେକେଣ୍ଡ ହ୍ୟାଣ୍ଡ୍‌ ମାରୁତି-୮୦୦ କାର୍‌ କିଣିଥିଲେ। ତାଙ୍କ ପାଖରେ ଡ୍ରାଇଭିଂ ଲାଇସେନ୍ସ୍‌ ମଧ୍ୟ ନ ଥିଲା। ତେବେ ପରବର୍ତ୍ତୀ ସମୟରେ ସମୟ ବଦଳିଥିଲା। ସଚିନ୍‌ଙ୍କ ପାଖରେ ବିଳାସପୂର୍ଣ୍ଣ ଗାଡିର ଲାଇନ୍‌ ଲାଗି ଯାଇଥିଲା ବୋଲି ତାଙ୍କ ବନ୍ଧୁ ସୁନୀଲ ସଚିନ୍‌ଙ୍କ ସହିତ ବାନ୍ଦ୍ରାର ସାହିତ୍ୟ ସହବାସ କଲୋନୀରେ ବିତାଇ ଥିବା ପୁରୁଣା ଦିନକୁ ମନେ ପକାଇ ଏକ ସାକ୍ଷାତ୍‌କାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri