ଟେନିସ ଟୁର୍ନାମେଣ୍ଟ: ଗଞ୍ଜାମ ତହସିଲଦାରଙ୍କ ସଫଳତା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ): ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ସର୍ବଭାରତ ସ୍ତରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଟେନିସ ଟୁର୍ନାମେଣ୍ଟରେ ଭାଗନେଇ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜସ୍ଥାନର ଉଦୟପୁରଠାରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ପଞ୍ଜାବକୁ ହରାଇ ତହସିଲଦାର ଅରୁଣ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ତହସିଲଦାରଙ୍କ ଏହି ସଫଳତା ପାଇଁ ସରକାରୀ, ବେସରକାରୀ ତଥା ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

ପ୍ରକାଶଯୋଗ୍ୟ, ତହସିଲଦାର ଅରୁଣ ଭଲ କ୍ରିକେଟ୍‌ ଖେଳାଳି ଭାବେ ଅଞ୍ଚଳରେ ବେଶ ଜଣାଶୁଣା। ଏପରିକି ଟେନିସ୍‌ରେ ମଧ୍ୟ ତାଙ୍କର ପାରଦର୍ଶିତା ରହିଛି। ସ୍ବାଧୀନତା ଦିବସ ଅବସରରେ ଛତ୍ରପୁରଠାରେ ପ୍ରେସ ଏକାଦଶ ଏବଂ ପ୍ରଶାସନ ଏକାଦଶ ମଧ୍ୟରେ ଫ୍ରଣ୍ଡସ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ନାୟକ ଉତ୍ତମ ଖେଳ ପ୍ରଦର୍ଶନ କରି ପ୍ରଶାସନ ଏକାଦଶକୁ ଚାମ୍ପିୟନ କରାଇଥିଲେ। ସେହିପରି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଗଞ୍ଜାମ ପ୍ରେସକ୍ଳବ ସହ ଗଞ୍ଜାମ ତହସିଲ ମଧ୍ୟରେ ଅନୁଷ୍ଠିତ କ୍ରିକେଟ ମ୍ୟାଚରେ ତହସିଲଦାର ନାୟକ ଅତି ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ତହସିଲଦାରଙ୍କ ଏହି ସଫଳତା ପାଇଁ ତାଙ୍କୁ ଗଞ୍ଜାମ ପ୍ରେସ କ୍ଳବ ପକ୍ଷରୁ ଅଭିନନ୍ଦନ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?