ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀର ମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତ ରାୟ ମୁଣ୍ଡା ସମେତ ୩ ଗିରଫ

ବଣାଇଁ,୬।୧(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଟେନ୍‌ସା ଫାଣ୍ଡି ଅଧିକାରୀ ଅଶୋକ ବେହେରାଙ୍କୁ ମଙ୍ଗଳବାର ତୀର ମାଡ ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ରାୟ ମୁଣ୍ଡା ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟ ଦୁଇଜଣଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ସୂଚନା ମିଳିଛି। ସେମାନଙ୍କୁ ପଚରାଉଚରା ଜାରି ରହିଛି। ପରେ ତାଙ୍କୁ ବଣାଇଁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହଛି । ସେହିଭଳି ପୋଲିସର କାର୍ଯ୍ୟାନୁଷ୍ଠାନ ନେଇ ଟେନ୍‌ସା ଜିରୋ ପଏଣ୍ଟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସେଠରେ ପୋଲିସ ଆବଶ୍ୟକୀୟ ଫୋର୍ସ ମୁତୟନ କରି ସତର୍କ ଦୃଷ୍ଟି ରଖିଥିବା ସୂଚନା ମିଳିଛି।
ତେବେ ବେଆଇନ ମଦ କାରବାରକୁ ରୋକିବାକୁ ଯାଇ ଫାଣ୍ଡି ଅଧିକାରୀ ସବ ଇନ୍ସପେକ୍ଟର ବେହେରା ଆକ୍ରମଣର ଶିକାର ହୋଇଥିଲେ। ମଙ୍ଗଳବାର ରାତିରେ ତାଙ୍କର ଇସ୍ପାତ ଜେନେରାଲ ହସ୍ପିଟାଲରେ ଅସ୍ତ୍ରୋପଚାର କରାଯାଇ ତୀର ବାହାର କରାଯାଇଛି। ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଥିବା ସୂଚନା ମିଳିଛି । ଅପରପକ୍ଷରେ ଫାଣ୍ଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ପୋଲିସ। ଜଲାର ଏସ୍‌ପିଙ୍କ ଠାରୁ ଆରମ୍ଭ କରି କନଷ୍ଟେବଳ ଏବେ ଆକ୍ସନ ମୁଡରେ ଥିଲେ। ସାରା ରାତି ଟେନ୍‌ସା ଜିରୋ ପଏଣ୍ଟ ହଟିଂରେ ଚଢାଉ କରି ସେମାନଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri