Posted inଜାତୀୟ

ଏଲ୍‌ଏସିରେ ଉତ୍ତେଜନା: ରାଜନାଥଙ୍କ ପରେ ଜୟଶଙ୍କରଙ୍କ ୪ ଦିନିଆ ରୁଷ୍‌ ଗସ୍ତ

ନୂଆଦିଲ୍ଲୀ, ୮।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୩ ଦିନିଆ ରୁଷ୍‌ ଗସ୍ତ ପରେ ଏବେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୪ ଦିନିଆ ଗସ୍ତ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସେ ସେପ୍ଟେମ୍ବର ୧୦ରେ ସାଙ୍ଘାଇ କୋପରେଶନ ଅର୍ଗାନାଇଜେଶନ(ଏସ୍‌ସିଓ)ର ବହିର୍ବ୍ୟାପାର ମନ୍ତ୍ରୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ରାଜନାଥ ଏସ୍‌ସିଓ ପ୍ରତିରକ୍ଷା ମନ୍ତ୍ରୀ ସମ୍ମିଳନୀରେ ଯୋଗଦେଇଥିଲେ। ରାଜନାଥ ଏଲ୍‌ଏସି ଉତ୍ତେଜନା ପ୍ରସଙ୍ଗରେ ନିଜ ପକ୍ଷ ରଖିଥିଲେ। ଏବେ ଜୟଶଙ୍କର ମଧ୍ୟ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍‌ ଓ୍ବିଙ୍କ ସହିତ ଆଲୋଚନା କରିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ରାଜନାଥଙ୍କ ରୁଷ୍‌ ଗସ୍ତ କାର୍ଯ୍ୟକ୍ରମ ପୂର୍ବ ନିର୍ଦ୍ଧାରିତ ଥିଲା। ତେବେ ସେ ହଠାତ୍‌ ଇରାନ୍‌ ଗସ୍ତ କରି ପ୍ରତିପକ୍ଷ ବ୍ରିଗେଡ଼ିୟର ଜେନେରାଲ ଆମିର ହାତାମିଙ୍କ ସହିତ ସାକ୍ଷାତ୍‌ କରିଥିଲେ। ଚାଇନା ଇରାନ୍‌ ମଧ୍ୟରେ ସମ୍ପର୍କ ବଢୁଥିବାରୁ ହୁଏତ ରାଜନାଥ ଏପରି କରିଥିବା ନେଇ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri