ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି। ଉତ୍ତେଜନା ପରେ ସନ୍ଧ୍ୟାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି କରାଯିବା ସହ ଘଟଣାସ୍ଥଳରେ ୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି।

ଖବର ଅନୁଯାୟୀ ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ସନ୍ଧ୍ୟାରେ ମହାପୁରୁଷ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା।

ତେବେ ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ୍‌ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା। ସନ୍ଥିଆ ପୋଲ ନିକଟରେ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲେ। ସେମାନେ ଉକ୍ତ ଯୁବକଙ୍କୁ ଏବେ ତୁରନ୍ତ ଗିରଫ କରାଯାଉ ବୋଲି ଅଡ଼ି ବସିବା ସହ ଟାୟାର ଜାଳି ସନ୍ଥିଆ ପୋଲ ନିକଟରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ସହ ଯୁକ୍ତିତର୍କ ଓ ଠେଲାପେଲା ହେବାରୁ ପୋଲିସ ଲାଠି ଧରି ସେମାନଙ୍କୁ ଘଉଡ଼ାଇଥିଲା। ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଇଟାପଥର ମାଡ଼ କରିବାରୁ ଟାଉନ ଥାନା ଏସ୍‌ଆଇ ରୋଜେନ ମୁର୍ମୁଙ୍କ ମୁଣ୍ଡ ଫାଟିବା ସହ ଗୁରୁତର ଆହତ ହୋଇଛନ୍ତି। ଏକାଧିକ ପୋଲିସ କର୍ମଚାରୀଙ୍କ ଉପରେ ଢେଲା ମାଡ଼ ହୋଇଛି। ସିଟି ଡିଏସ୍‌ପି ଦ୍ୱିବେଦୀ ବୁଝାଶୁଝା କରୁଥିବା ବେଳେ ଆକ୍ରମଣରେ ଆହତ ହୋଇଥିଲେ।

ସେହିପରି ଢେଲା ମାଡ଼ରେ ତହସିଲଦାରଙ୍କ ଗାଡ଼ି କାଚ ଭାଙ୍ଗିଯାଇଛି। ଉପଜିଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶନାମା ନଂ. ୧୬୯୬ ଅନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ସଭା ସମିତି ନ କରିବା, ଏକତ୍ରିତ ନ ହେବାକୁ ପୁରୁଣାବଜାର ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରାଯାଇଛି। ଘଟଣାସ୍ଥଳରେ ସିଟି ଡିଏସ୍‌ପି, ତହସିଲଦାର, ଟାଉନ ଥାନାଧିକାରୀ ଓ ପୁରୁଣାବଜାର ଥାନାଧିକାରୀ ନୀରୋଜ ସାମଲ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି।

ସୋସିଆଲ ମିଡିଆରେ ଏଭଳି ପୋଷ୍ଟ କରିଥିବା ଯୁବକଙ୍କୁ ଦୁଇଦିନ ମଧ୍ୟରେ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଏହା ପୂର୍ବରୁ ସେମାନେ ବହୁସଂଖ୍ୟାରେ ଏକତ୍ରିତ ହୋଇ ଆଇନଶୃଙ୍ଖଳା ପରିସ୍ଥିତିକୁ ହାତକୁ ନେଇଥିତ୍ବାରୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ସିଟି ଡିଏସ୍‌ପିଦ୍ୱିବେଦୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri