ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା ଜାନୁଆରୀ ମାସକୁ ଘୁଞ୍ଚାଯାଇଛି। ଜିଲାରେ ସ୍ଥିତିରେ ସୁଧାର ଆସିବା ପରେ ମହୋତ୍ସବ ପାଳନ ପାଇଁ ଆସନ୍ତା ଜାନୁଆରୀ ମାସରେ ତାରିଖ ଧାର୍ଯ୍ୟ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।

ପ୍ରକାଶ ଯେ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପ୍ରଥମେ ଜିଲା ପ୍ରଶାସନ ସହ ଆଲୋଚନା କରିଥିଲେ।

ଏମ୍‌ଭି-୨୬ ଗ୍ରାମରେ ହୋଇଥିବା ଉତ୍ତେଜନାମୂଳକ ପରିସ୍ଥିତି ଉପରେ ସମୀକ୍ଷା କରିଥିଲେ। ବୈଠକରେ ଜିଲା ଆଦିବାସୀ ସଂଘ ଓ ଜିଲା ବଙ୍ଗାଳି ସମାଜ ନେତୃବୃନ୍ଦଙ୍କ ସହ ଆଲୋଚନା କରିଥିଲେ। ଜିଲାରେ ପୂର୍ବଭଳି ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ବଜାୟ ରଖିବାକୁ ସିଂଦେଓ ଆହ୍ବାନ ଦେଇଛନ୍ତି। ସେହିପରି ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଡା ନଜର ରଖିବାକୁ ଉପ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri