Posted inଜାତୀୟ

ଆରଏସଏସ୍‌ ମୁଖ୍ୟାଳୟ ଘେରାଉ, ନାଗପୁରରେ ୧୪୪ ଧାରା ଜାରି

ନାଗପୁର,୬।୧୦: ନାଗପୁରରେ ଥିବା ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ(ଆରଏସଏସ)ର ମୁଖ୍ୟାଳୟକୁ ଗୁରୁବାର ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଘେରାଉ କରିବାକୁ ଚେଷ୍ଟା କରାଯାଇଛି। ଏହି ମାମଲାରେ ପୋଲିସ ମୁଖ୍ୟାଳୟ ବାହାରେ କିଛି ଲୋକଙ୍କୁ ଅଟକ ରଖିଛି। ଏହା ବ୍ୟତୀତ ଆରଏସଏସ କାର୍ଯ୍ୟାଳୟ ବାହାରେ ସୁରକ୍ଷାକୁ ମଧ୍ୟ ବୃଦ୍ଧି କରାଯାଇଛି। ସେଠାରେ ୧୪୪ ଧାରା ଜାରି କରାଯାଇଛି।
ଭାମନ ମେଶ୍ରମଙ୍କ ନେତୃତ୍ୱାଧୀନ ଭାରତ ମୁକ୍ତି ମୋର୍ଚ୍ଚା ଆଜି ନାଗପୁରର ଆରଏସଏସ ମୁଖ୍ୟାଳୟକୁ ଅବରୋଧ କରିବାକୁ ଉଦ୍ୟମ କରି କହିଛନ୍ତି। ସଂଗଠନର ଆଦର୍ଶ ଭାରତୀୟ ସମ୍ବିଧାନ ଅନୁଯାୟୀ ନୁହେଁ ସେମାନେ ଦାବି କରିଛନ୍ତି। ସେପଟେ ପୋଲିସ ଭମାନ ମେଶ୍ରମଙ୍କୁ ଗିରଫ କରିଛି।
ଏଥିରେ ଯୋଗଦେବା ପାଇଁ ଶତାଧିକ ଭାରତ ମୁକ୍ତି ମୋର୍ଚ୍ଚା କର୍ମୀ ନାଗପୁରରେ ପହଞ୍ଚିଥିଲେ। ତେବେ ଏହି ପଦଯାତ୍ରା ପାଇଁ ପୂର୍ବରୁ ପୋଲିସ ଅନୁମତି ଦେଇ ନ ଥିଲା। ତଥାପି ସେମାନେ ଆରଏଏ କାର୍ଯ୍ୟାଳୟ ନିକଟରେ ଏକତ୍ର ହୋଇଥିଲେ। ତେଣୁ ପୋଲିସ ଏହି ପଦଯାତ୍ରା ଜାରି ରଖିବାକୁ ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri