ବିବାଦୀୟ ପୋଷ୍ଟକୁ ନେଇ ଉତ୍ତେଜନା ଘଟଣା: ଭଦ୍ରକରେ ଖୁରାନିଆ

ଭଦ୍ରକ,୧।୧୦: ଭଦ୍ରକ ସ୍ଥିତି ଧିରେଧିରେ ସୁଧୁରିବାର ଲାଗିଛି। ପୂର୍ବରୁ ଗିରଫ ସଂଖ୍ୟା ୧୫ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୭ରେ ପହଞ୍ଚିଛି। ପୁରୁଣାବଜାର ଥାନାରୁ ୧୦ ଜଣ ଓ ଧାମନଗର ଥାନାରୁ ୧୨ଜଣଙ୍କୁ ଗିରଫ କରାଯାଇଛି।
ଅନ୍ୟପକ୍ଷେ ଭଦ୍ରକ ଧାମନଗର ଯାଇଛନ୍ତି ପୋଲିସ ଡିଜି ଓ୍ବାଇ.ବି ଖୁରାନିଆ। ଭଦ୍ରକ ଧାମନଗରରେ ପହଞ୍ଚି ପୋଲିସ ଡିଜି ୱାଇ.ବି ଖୁରାନିଆ ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ସହ ଆଲୋଚନା ହୋଇଛି। ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍‌ପି ମଧ୍ୟ ଉପସ୍ଥିତ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ପରେ ସ୍ଥିତି ସମୀକ୍ଷା କରିଛନ୍ତି।

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣାରେ ଆଉ ୧୨ଜଣଙ୍କୁ ରବିବାର ରାତିରେ ପୋଲିସ ଗିରଫ କରିଛି। ଏପର୍ଯ୍ୟନ୍ତ ପୁରୁଣାବଜାର ଓ ଧାମନଗର ଥାନାରେ ହୋଇଥିବା ମାମଲାରେ ମୋଟ ଗିରଫ ସଂଖ୍ୟା ୨୭ରେ ପହଞ୍ଚତ୍ଛି। ପୋଲିସକୁ ଆକ୍ରମଣ ନେଇ ପୁରୁଣାବଜାର ଥାନାରେ ରୁଜୁ ହୋଇଥିବା ମାମଲା (ନଂ.୨୭୦/୨୪)ରେ ପୂର୍ବରୁ ୭ଜଣ ଗିରଫ ହୋଇଥିଲେ। ରବିବାର ରାତିରେ ଆଉ ୨ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମାମଲା (ନଂ.୨୬୯/୨୪)ରେ ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ୍‌ ନାୟକ ସୂଚନା ଦେଇଛନ୍ତି। ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ ରହିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ ରହିଛି। ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ସକାଳେ ଓ ସନ୍ଧ୍ୟାରେ ଫ୍ଲାଗ୍‌ମାର୍ଚ୍ଚ କରାଯାଉଛି। ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ଡିଆଇଜି କହିଥିଲେ।
ଧାମନଗର ବଜାରରେ ରାସ୍ତାରୋକୋ ମାମଲାରେ ପୂର୍ବରୁ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ରବିବାର ରାତିରେ ୫ ଓ ସୋମବାର ଆଉ ୫ଜଣ ଗିରଫ ହୋଇଛନ୍ତି। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସାରେ ଧାମନଗର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି କହିଛନ୍ତି। ଧାମନଗର ଓ ଦୋବଲ ଅଞ୍ଚଳରେ ୬ ପ୍ଲାଟୁନ ଫୋର୍ସ ସହ ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଛି। କେବଳ ବ୍ୟାଙ୍କ ଓ ଅଫିସିଆଲ କାର୍ଯ୍ୟରେ ଇଣ୍ଟରନେଟ ସେବା ଜାରି ରହିବ। ଏବେ ସୁଦ୍ଧା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ସବୁଆଡ଼େ ପୋଲିସ ପକ୍ଷରୁ ଚେକିଂ କରାଯାଉଛି। ସୋମବଠାରୁ ଏସବୁ ଅଞ୍ଚଳରେ ଦୋକାନ ବଜାର ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ଦୋକାନରେ ୩ରୁ ଅଧିକ ଲୋକ ରହିପାରିବେ ନାହିଁ ଏବଂ ଏସବୁ ଅଞ୍ଚଳରେ ୧୬୩ ଧାରା ବଳବତ୍ତର ରହିଥିବା ପର୍ଯ୍ୟନ୍ତ ସପ୍ତାହିକ ହାଟ ବନ୍ଦ ରହିବ। ପରିସ୍ଥିତିକୁ ଲକ୍ଷ୍ୟ କରି ଇଣ୍ଟରନେଟ ସେବା ବନ୍ଦ ଓ ୧୬୩ ଧାରା ଲାଗୁ ବଢ଼ାଇ ଦିଆଯିବା ସହ ଆଗକୁ ଗିରଫ ସଂଖ୍ୟା ମଧ୍ୟ ବଢ଼ିପାରେ ବୋଲି ଡିଆଇଜି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଏସ୍‌ପି ବାସୁଦେବ ସ୍ବାଇଁ, ଏସ୍‌ଡିପିଓ ତ୍ରିଲୋଚନ ସେଠୀ, ତହସିଲଦାର ଦୀପକ କୁମାର ଦାସ ଓ ଥାନାଧିକାରୀ ଫନିନ୍ଦ୍ର ଭୂଷଣ ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri