ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି।ମାମଲା ନଂ.୪୨୫/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ସନ୍ଧ୍ୟା ପ୍ରାୟ ୬ ଟାରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ଶ୍ରୀ ତ୍ରିନାଥ ମନ୍ଦିର ପରିସରରେ  ଚାଲିଥିବା ଜୁଆଆଡ୍ଡା ପରିଚାଳନା କୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକ ଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏନେଇ ଗ୍ରାମର ଏସ.ଚିତ୍ରସେନ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ  ମକଦ୍ଦମା ରୁଜୁ କରିବା ସହ ଏନେଇ ତଦନ୍ତ ଚଳାଇଥିଲେ।ଜୁଆଖେଳ ଚାଲିଥିବା ବେଳେ ପ୍ରାୟ ୫ ଟି ବାଇକ ରେ ୧୫ ରୁ ଉର୍ଦ୍ଧ୍ବ  ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ସେଠାରେ ପହଞ୍ଚି ଚିତ୍ରସେନ ଏବଂ ସେଠାରେ ଉପସ୍ଥିତ ଥିବା ଗୋଷ୍ଠୀର ସଦସ୍ୟ ମାନଙ୍କୁ ଧମକ ଦେଇ ଜୁଆଖେଳ ବନ୍ଦ କରିବାକୁ ଧମକ ଦେଇଥିଲେ। ସେମାନେ ଚିତ୍ରସେନ ଓ ତାଙ୍କ ସମର୍ଥକ ଙ୍କ ବେକ ରେ ଖଣ୍ଡା ଓ ଭୁଜାଲି ରଖି ପକେଟ ରୁ ପ୍ରାୟ ୧୨ ଶହ ଟଙ୍କା ଛଡ଼ାଇ ନେଇଥିଲେ। ଏଠି ଜୁଆଖେଳ ହୋଇପାରିବ ନାହିଁ।ସେମାନେ ଚଳାଉଥିବା ଜୁଆଆଡ୍ଡା ହିଁ ଚାଲିବ କହି ମନ୍ଦିର ର ପିତ୍ତଳ ନିର୍ମିତ ଦାନ ହୁଣ୍ଡି କୁ ଜବରଦସ୍ତ ନେଇଯାଇଥିଲେ। ସେମାନଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ପାଟିତୁଣ୍ଡ ଶୁଣି  କିଛି ଗ୍ରାମବାସୀ ଘଟଣାସ୍ଥଳ କୁ ଦୌଡ଼ି ଆସିବାରୁ ସେମାନେ ବାଇକ ଯୋଗେ ଚମ୍ପଟ ମାରିଥିଲେ।ଗଲାବେଳେ ଜଣେ ଯୁବକ ତାଙ୍କ ସୁଜକି ସ୍କୁଟି (ନଂ. ଓଡ଼ି୦୭ଏଏଫ୍ -୨୪୧୨) କୁ ତରବରରେ ଛାଡି ପଳାଇଥିବା ପୋଲିସ ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚି ୨ ଟି ଖଣ୍ଡା ଓ ସ୍କୁଟି କୁ ଜବତ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଥିବା ଜରଡ଼ା ଥାନା କୋଳିହଳା  ଗ୍ରାମର ରାଜେଶ୍ୱର ବାଡ଼ତ୍ୟା ଓରଫ ରାଜୁ ଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?