ଟେଣ୍ଟ ପୋଡ଼ିବାକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୦।୧୧: ଶିଶୁପୁତ୍ରକୁ ନ୍ୟାୟ ଓ ନିଜର ଅଧିକାର ଦାବିରେ ବ୍ରହ୍ମପୁର ଦେଶୀବେହେରାସାହିସ୍ଥିତ ପ୍ରେମିକ କେ.ଦିନେଶଙ୍କ ଘର ସମ୍ମୁଖରେ ଯୁବତୀ ଜଣଙ୍କ ଜୁଲାଇ ୨ରୁ ଧାରଣା ଜାରି ରଖିଛନ୍ତି। ପୁଅକୁ ବାପାଙ୍କ ପରିଚୟ ଦେଇ ଦିନେଶ ତାଙ୍କୁ ବିବାହ କରିବାକୁ ସେ ଦାବିକରି ଏଭଳି ଧାରଣା ଦେଇଆସୁଛନ୍ତି। ଧାରଣାସ୍ଥଳରେ ଲଗାଯାଇଥିବା ଟେଣ୍ଟ ପୋଡ଼ିଦେବାକୁ କେନ୍ଦ୍ରକରି ମଙ୍ଗଳବାର ପୂର୍ବାହ୍ନରେ ଦେଶୀବେହେରା ସାହିରେ ଉତ୍ତେଜନା ଦେଖାଦେଇଛି। ଯୁବତୀ ଜଣଙ୍କ ଅଭିଯୋଗ କରିଛନ୍ତି, ତାଙ୍କ ଶ୍ୱଶୁର ଘର ଲୋକ ଉକ୍ତ ଟେଣ୍ଟଟିକୁ ପୋଡ଼ି ଦେଇଛନ୍ତି। ଉଭୟ ଯୁବତୀ ଓ ଦିନେଶଙ୍କ ପରିବାର ମଧ୍ୟରେ ଘଟଣା ସ୍ଥଳରେ କଥା କଟାକଟି ହେବା ସହ ଉଭୟେ ଉଭୟଙ୍କୁ ଗାଳିଗୁଳଜ କରିଛନ୍ତି। ହେଲେ ଖବର ଲେଖାହେବା ଯାଏ ଟେଣ୍ଟପୋଡ଼ାକୁ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।
ଯୁବତୀଙ୍କ ଅଭିଯୋଗକ୍ରମେ, ପ୍ରାୟ ୨ ବର୍ଷ ତଳେ ଦିନେଶଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ବିବାହ ପ୍ରଲୋଭନ ଦେଖାଇ ଦିନେଶ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଦୀପିକା ଗର୍ଭବତୀ ହେବା ଜାଣିବା ପରେ ବିବାହ କରିବାକୁ କହିବାରୁ ଦିନେଶ ରାଜି ହୋଇ ନ ଥିଲେ। ଏନେଇ ସେ ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ। ଦିନେଶଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ମାମଲା କୋର୍ଟରେ ବିଚାରାଧୀନ ଥିବା ବେଳେ ଦିନେଶ ସର୍ତ୍ତମୂଳକ ଜାମିନରେ ମୁକୁଳିଛନ୍ତି। ଏହାମଧ୍ୟରେ ଦୀପିକାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ସେ ଶିଶୁପୁତ୍ରକୁ ନ୍ୟାୟ ଦାବି କରିଥିଲେ। କିନ୍ତୁ ଦିନେଶଙ୍କ ପରିବାର ଲୋକେ ତାଙ୍କୁ ଘରୁ ବାହାର କରି ଦେଇଥିଲେ। ତେଣୁ ସେ ନ୍ୟାୟ ଦାବିରେ ତାଙ୍କ ଘର ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri