ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ ହେଉଥିବା ଖବର ପାଇ ଗୋ-ସୁରକ୍ଷା ସମିତିର ସଦସ୍ୟମାନେ ଚଢ଼ାଉ କରିବା ସହ ଥାନା ସମ୍ମୁଖରେ ଦୀର୍ଘ ସମୟ ଧରି ଧାରଣାରେ ବସିଛନ୍ତି।
ସୂଚନାନୁଯାୟୀ, ବିଷମ କଟକ ଥାନା ଅନ୍ତର୍ଗତ ଦୁର୍ଗୀ ସଦର ପଞ୍ଚାୟତ ଶୁଣ୍ଡି ମଶାଣି ନିକଟରେ ଗୁରୁବାର ସକାଳେ ଗୋଟିଏ ଗାଈକୁ ହତ୍ୟା କରାଯାଇ ତାର ମାଂସକୁ ଗୁଣପୁର, ରାୟଗଡ଼ା ଓ ମୁନିଗୁଡ଼ା ଅଞ୍ଚଳକୁ ବିକ୍ରି ପାଇଁ ପଠାଯାଉଥିଲା। ଏହି ସମୟରେ ଗୋ-ସୁରକ୍ଷା ସମିତି ଓ ଭାଜପା ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ମାଂସ ଜବତ କରିବା ସହ ଅଭିଯୁକ୍ତଙ୍କୁ କାବୁ କରିଥିଲେ। ପୋଲିସର କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ଅଭିଯୋଗ କରି ସେମାନେ  ଜବତ ମାଂସକୁ ଥାନା ସମ୍ମୁଖରେ ରଖି ପ୍ରାୟ ୫ ଘଣ୍ଟା ଧରି ଧାରଣା ଦେଇଛନ୍ତି। ଯେପର୍ଯ୍ୟନ୍ତ ସେମାନଙ୍କୁ ଗିରଫ କରାଯାଇନାହିଁ ସେ ଯାଏ ଧାରଣାରୁ ଉଠିବେ ନାହିଁ ବୋଲି ଅଡ଼ି ବସିଛନ୍ତି।

ଧାରଣାରେ ବିଶ୍ୱହିନ୍ଦୁ ପରିଷଦର କେନ୍ଦ୍ରୀୟ ମାର୍ଗଦର୍ଶକ ମଣ୍ଡଳୀର ସ୍ବାମୀ ନିର୍ବାଣାନନ୍ଦ ଗିରି, ମଳୟ ଦଳେଇ,  ସୁରେଶ ବେହେରା, ଚନ୍ଦନ ପଣ୍ଡା, ରିତେଶ ମହାନ୍ତି, ଦୁର୍ଜର ଭାଜପା ମଣ୍ଡଳ ସଭାପତି ଜଗନ୍ନାଥ ପାଢ଼ି, ଶୁଭମ ପାଢ଼ୀ ପ୍ରମୁଖ ଅଛନ୍ତି। ସେହିଭଳି କଟକ ଜୀବ ନିଷ୍ଠୁରତା ସମିତି ସଭାପତି ସୁବୋଧ ପ୍ରଧାନ ବିଷମ କଟକ ଥାନାରେ ଏତଲା ଦେଇଛନ୍ତି।

ଖବର ଲେଖାଯିବା ପର୍ଯ୍ୟନ୍ତ ଗିରଫଦାରି କରାଯାଇନାହିଁ। ହେଲେ ବିଷମ କଟକ ପଶୁ ଚିକିତ୍ସାଳୟର ଏକ ଡାକ୍ତରୀ ଦଳ ଥାନାରେ ପହଞ୍ଚି ଜବତ ଗୋ-ମାଂସର ନମୁନା ସଂଗ୍ରହ କରିଛନ୍ତି।  ବିଷମ କଟକ ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗୋ-ହତ୍ୟାକାରୀ ନନ୍ଦ ଗରଡ଼ିଆ ଓ କାଲାବିଟୁଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅଭିଯୁକ୍ତମାନଙ୍କ ଗିରଫ ଦାବିରେ ଅଞ୍ଚଳରେ ଏବେ ମଧ୍ୟ ଚାପା ଉତ୍ତେଜନା ରହିଛି। ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?