ଭଦ୍ରକରେ ବଢୁଛି ଉତ୍ତେଜନା: ୫ ସ୍ଥାନରେ ଇଣ୍ଟରନେଟ୍‌ ସେବା ବନ୍ଦ

ଭଦ୍ରକ, ୧୨।୬(ସନାତନ ରାଉତ):ଗୋ ମାଫିଆଙ୍କ ସଙ୍ଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି l ଜିଲାର ଭଦ୍ରକ ବ୍ଲକ, ପୌର ପାଳିକା, ଧାମନଗର ଏନଏସି ଓ ବ୍ଲକ, ତିହିଡି ବ୍ଲକ ଏହି ୫ ସ୍ଥାନରେ ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ ବୋଲି ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି l

ପ୍ରକାଶ ଥାଉ କି, ଗତ ମେ ୩୦ ତାରିଖରେ ସନ୍ତୋଷଙ୍କ ସହିତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗୁଜିଦରଡ଼ା ଅଂଚଳର କିଛି ଗୋ ମାଫିଆଙ୍କର ବଚସା ହୋଇଥିଲା l ଗୋ’ ମାଫିଆ ତାଙ୍କ ସହଯୋଗୀ ମାନେ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ l ୧୩ ଦିନ ଧରି ଗୁରୁତର ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ଆଇସି ୟୁରେ ରହିବା ପରେ ବୁଧବାର ସନ୍ତୋଷଙ୍କର ମୃତ୍ୟୁ ଘଟିଛି l ଏହି ଖବର ପ୍ରଚାର ହେବା ପରେ ଜିଲାର ବିଭିନ୍ନ ସ୍ଥାନରେ ଉତ୍ତେଜନା ପ୍ରକାଶ ପାଇଥିଲା l ଗୁରୁବାର ସନ୍ତୋଷଙ୍କ ମୃତଦେହ ଘରକୁ ଫେରିବାର ଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ ରଖି ଇଣ୍ଟେର୍ନେଟ ସେବା ବନ୍ଦ କରାଯାଇଛି l ଅପରପକ୍ଷେ ପୋଲିସ ୧୨ ଜଣଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଗିରଫ କରି ସାରିଛି l ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସନ୍ତୋଷଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri