ଭଦ୍ରକରେ ବଢୁଛି ଉତ୍ତେଜନା: ୫ ସ୍ଥାନରେ ଇଣ୍ଟରନେଟ୍‌ ସେବା ବନ୍ଦ

ଭଦ୍ରକ, ୧୨।୬(ସନାତନ ରାଉତ):ଗୋ ମାଫିଆଙ୍କ ସଙ୍ଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି l ଜିଲାର ଭଦ୍ରକ ବ୍ଲକ, ପୌର ପାଳିକା, ଧାମନଗର ଏନଏସି ଓ ବ୍ଲକ, ତିହିଡି ବ୍ଲକ ଏହି ୫ ସ୍ଥାନରେ ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ ବୋଲି ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି l

ପ୍ରକାଶ ଥାଉ କି, ଗତ ମେ ୩୦ ତାରିଖରେ ସନ୍ତୋଷଙ୍କ ସହିତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗୁଜିଦରଡ଼ା ଅଂଚଳର କିଛି ଗୋ ମାଫିଆଙ୍କର ବଚସା ହୋଇଥିଲା l ଗୋ’ ମାଫିଆ ତାଙ୍କ ସହଯୋଗୀ ମାନେ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ l ୧୩ ଦିନ ଧରି ଗୁରୁତର ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ଆଇସି ୟୁରେ ରହିବା ପରେ ବୁଧବାର ସନ୍ତୋଷଙ୍କର ମୃତ୍ୟୁ ଘଟିଛି l ଏହି ଖବର ପ୍ରଚାର ହେବା ପରେ ଜିଲାର ବିଭିନ୍ନ ସ୍ଥାନରେ ଉତ୍ତେଜନା ପ୍ରକାଶ ପାଇଥିଲା l ଗୁରୁବାର ସନ୍ତୋଷଙ୍କ ମୃତଦେହ ଘରକୁ ଫେରିବାର ଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ ରଖି ଇଣ୍ଟେର୍ନେଟ ସେବା ବନ୍ଦ କରାଯାଇଛି l ଅପରପକ୍ଷେ ପୋଲିସ ୧୨ ଜଣଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଗିରଫ କରି ସାରିଛି l ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସନ୍ତୋଷଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri