ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରଶାସନର ମଧ୍ୟସ୍ଥତା ପରେ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ଚାପା ଉତ୍ତେଜନା ଲାଗିରହିଛି ।ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ଫୋର୍ସ ମୁତୟନ କରାଯାଇଛି। ପାଖାପାଖି ୧୪ ପ୍ଲାଟୁନ ଫୋର୍ସ ସହରର ବିଭିନ୍ନ ସ୍ଥାନରେ ପଇଁତରା ମାରୁଛନ୍ତି। ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହି ଘଟଣା ଉପରେ ନଜର ରଖିଛନ୍ତି ।
ସୋମବାର ରାତି ୨ଟାଠାରୁ ସମଗ୍ର ଜିଲାରେ ଇଣ୍ଟରନେଟର ସେବା ବନ୍ଦ କରାଯାଇଛି । ସେହିପରି ୁ ୧୪୪ ଧାରା ଜାରି କରାଯାଇଥିବା ବେଳେ, ବୁଧବାର ଦିନ ୧୦ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ। ବୁଧବାର ପର୍ଯ୍ୟନ୍ତ ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିିଛି । ବୁଧବାର ସକାଳ ୧୦ଟାରେ ଶାନ୍ତି କମିଟି ବୈଠକ ବସିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀ ମାର୍‌ପିଟ୍‌ ହେବା ସହ ପରସ୍ପରକୁ ଟେକାପଥର ମାଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri