ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରଶାସନର ମଧ୍ୟସ୍ଥତା ପରେ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ଚାପା ଉତ୍ତେଜନା ଲାଗିରହିଛି ।ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ଫୋର୍ସ ମୁତୟନ କରାଯାଇଛି। ପାଖାପାଖି ୧୪ ପ୍ଲାଟୁନ ଫୋର୍ସ ସହରର ବିଭିନ୍ନ ସ୍ଥାନରେ ପଇଁତରା ମାରୁଛନ୍ତି। ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହି ଘଟଣା ଉପରେ ନଜର ରଖିଛନ୍ତି ।
ସୋମବାର ରାତି ୨ଟାଠାରୁ ସମଗ୍ର ଜିଲାରେ ଇଣ୍ଟରନେଟର ସେବା ବନ୍ଦ କରାଯାଇଛି । ସେହିପରି ୁ ୧୪୪ ଧାରା ଜାରି କରାଯାଇଥିବା ବେଳେ, ବୁଧବାର ଦିନ ୧୦ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ। ବୁଧବାର ପର୍ଯ୍ୟନ୍ତ ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିିଛି । ବୁଧବାର ସକାଳ ୧୦ଟାରେ ଶାନ୍ତି କମିଟି ବୈଠକ ବସିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀ ମାର୍‌ପିଟ୍‌ ହେବା ସହ ପରସ୍ପରକୁ ଟେକାପଥର ମାଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri