ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ କରିାକୁ ଗଣ୍ଡଗୋଳ ଘଟିଥିଲା। ପ୍ରତିବାଦରେ ଉକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ସୋର-କୁପାରୀ ରାସ୍ତାକୁ ତୁଡ଼ିଗଡିଆଠାରେ ଅବରୋଧ କରିଥିଲେ। ଖଇରା,ସୋର,ସିମୁଳିଆ ଓ ଔପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କୁ ବୁଝାଶୁଝା କରିବା ତଥା ପତାକା ଅସମ୍ମାନ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଥିଲା । ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

