ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ର କରି ଉତ୍ତେଜନା; ତହସିଲଦାରଙ୍କୁ ସ୍ମାରକପତ୍ର ଦେବା ପରେ ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତରେ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ରକରି ଗତ କିଛିଦିନ ଧରି ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ସରପଞ୍ଚ ଜ୍ୟୋତି ସେଠୀ,ପୂର୍ବତନ ସମିତିସଭ୍ୟ ସୂର୍ଯ୍ୟନାରାୟଣ ସାହୁ,ନାଏବ ସରପଞ୍ଚ ରାମଚନ୍ଦ୍ର ପାଇକ,ପଞ୍ଚାନନ ସାହୁ,କାଳୁ ସାହୁ,ନବଘନ ସେଠୀ,ବୃନ୍ଦାବନ ପାଇକଙ୍କ ନେତୃତ୍ୱରେ ବିଜୟ ଲକ୍ଷ୍ମୀନାରାୟଣପୁର, ରାଇପୁର, ଘାଟି କଣ୍ଡା ,ଘାଟି ଆମ୍ବ, ଖଜୁରିଆ, ପିମ୍ପଳପଡ଼ା, ଓଲ ଗୋଲଣ୍ଡା, ପଦ୍ମପୁର, କାମରାଖାଳି, କୁଶପଡ଼ା ଆଦି ଗ୍ରାମର ୩ ଶହରୁ ଊଦ୍ଧର୍‌ବ ମହିଳା ପୁରୁଷ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିବା ସହ ସ୍ମାରକପତ୍ର ପ୍ରଦାନ କରିଥିଲେ। ପରେ ସେମାନେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡ଼.ଭବାନୀ ଶଙ୍କର ମିଶ୍ରଙ୍କୁ ସ୍ମାରକପତ୍ରର ନକଲ ପ୍ରଦାନ କରିବା ସହ ଅପରାହ୍ନରେ ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଙ୍କୁ ବ୍ରହ୍ମପୁରରେ ସାକ୍ଷାତ କରି ଆଲୋଚନା କରି ଫେରିଛନ୍ତି। ଉକ୍ତ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ର୍ନିମାଣ କରା ନ ଗଲେ ଜନ ଆନ୍ଦୋଳନ କରାଯିବା ନିମନ୍ତେ ସେମାନେ ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ବିଧାୟକ ଡ଼.ସୂର୍ଯ୍ୟନାରାୟଣ ପାତ୍ର ଙ୍କ ଉଦ୍ୟମରେ ପ୍ରାୟ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପଞ୍ଚାୟତ ମହକୁମା ବିଜୟ ଲକ୍ଷ୍ମୀନାରାୟଣପୁର ଗାଁରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉପ ସ୍ବାସ୍ଥ୍ୟକେନ୍ଦ୍ର ( ଏଏନ୍‌ଏମ୍‌ ସେଣ୍ଟର ) ନିର୍ମାଣ ପାଇଁ ଜମି ଚିହ୍ନଟ କରାଯାଇଥିଲା। ଏଥି ନିମନ୍ତେ ଟେଣ୍ଡର ସରିଛି। କିନ୍ତୁ ସମ୍ପୃକ୍ତ ଠିକାଦାର ଏବଂ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ର ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ନ କରି ଅନ୍ୟ କାହାର ପରାମର୍ଶରେ ନିକଟସ୍ଥ ବନମାଳୀ ଗ୍ରାମରେ ନିର୍ମାଣ କରିବା ପାଇଁ
ମସୁଧା ଚଳାଇଛନ୍ତି। ଏପରିକି ବନମାଳୀ ଗ୍ରାମରେ କୋଠା ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି। ଖବର ପ୍ରଚାରିତ ହେବା ପରେ ଏନେଇ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି।ସୋମବାର ରାତିରେ ଏନେଇ ଗ୍ରାମରେ ସଭା କରାଯାଇ ସମ୍ମିଳିତ ପ୍ରତିବାଦ କରାଯିବା ନିମନ୍ତେ ପ୍ରସ୍ତାବ ଗୃହୀତ କରାଯାଇଥିବା ଜଣାପଡିଛି। ସମ୍ପୃକ୍ତ ଠିକାଦାର କିମ୍ବା କନିଷ୍ଠଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri