ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ର କରି ଉତ୍ତେଜନା; ତହସିଲଦାରଙ୍କୁ ସ୍ମାରକପତ୍ର ଦେବା ପରେ ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତରେ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ରକରି ଗତ କିଛିଦିନ ଧରି ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ସରପଞ୍ଚ ଜ୍ୟୋତି ସେଠୀ,ପୂର୍ବତନ ସମିତିସଭ୍ୟ ସୂର୍ଯ୍ୟନାରାୟଣ ସାହୁ,ନାଏବ ସରପଞ୍ଚ ରାମଚନ୍ଦ୍ର ପାଇକ,ପଞ୍ଚାନନ ସାହୁ,କାଳୁ ସାହୁ,ନବଘନ ସେଠୀ,ବୃନ୍ଦାବନ ପାଇକଙ୍କ ନେତୃତ୍ୱରେ ବିଜୟ ଲକ୍ଷ୍ମୀନାରାୟଣପୁର, ରାଇପୁର, ଘାଟି କଣ୍ଡା ,ଘାଟି ଆମ୍ବ, ଖଜୁରିଆ, ପିମ୍ପଳପଡ଼ା, ଓଲ ଗୋଲଣ୍ଡା, ପଦ୍ମପୁର, କାମରାଖାଳି, କୁଶପଡ଼ା ଆଦି ଗ୍ରାମର ୩ ଶହରୁ ଊଦ୍ଧର୍‌ବ ମହିଳା ପୁରୁଷ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିବା ସହ ସ୍ମାରକପତ୍ର ପ୍ରଦାନ କରିଥିଲେ। ପରେ ସେମାନେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡ଼.ଭବାନୀ ଶଙ୍କର ମିଶ୍ରଙ୍କୁ ସ୍ମାରକପତ୍ରର ନକଲ ପ୍ରଦାନ କରିବା ସହ ଅପରାହ୍ନରେ ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଙ୍କୁ ବ୍ରହ୍ମପୁରରେ ସାକ୍ଷାତ କରି ଆଲୋଚନା କରି ଫେରିଛନ୍ତି। ଉକ୍ତ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ର୍ନିମାଣ କରା ନ ଗଲେ ଜନ ଆନ୍ଦୋଳନ କରାଯିବା ନିମନ୍ତେ ସେମାନେ ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ବିଧାୟକ ଡ଼.ସୂର୍ଯ୍ୟନାରାୟଣ ପାତ୍ର ଙ୍କ ଉଦ୍ୟମରେ ପ୍ରାୟ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପଞ୍ଚାୟତ ମହକୁମା ବିଜୟ ଲକ୍ଷ୍ମୀନାରାୟଣପୁର ଗାଁରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉପ ସ୍ବାସ୍ଥ୍ୟକେନ୍ଦ୍ର ( ଏଏନ୍‌ଏମ୍‌ ସେଣ୍ଟର ) ନିର୍ମାଣ ପାଇଁ ଜମି ଚିହ୍ନଟ କରାଯାଇଥିଲା। ଏଥି ନିମନ୍ତେ ଟେଣ୍ଡର ସରିଛି। କିନ୍ତୁ ସମ୍ପୃକ୍ତ ଠିକାଦାର ଏବଂ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ର ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ନ କରି ଅନ୍ୟ କାହାର ପରାମର୍ଶରେ ନିକଟସ୍ଥ ବନମାଳୀ ଗ୍ରାମରେ ନିର୍ମାଣ କରିବା ପାଇଁ
ମସୁଧା ଚଳାଇଛନ୍ତି। ଏପରିକି ବନମାଳୀ ଗ୍ରାମରେ କୋଠା ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି। ଖବର ପ୍ରଚାରିତ ହେବା ପରେ ଏନେଇ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି।ସୋମବାର ରାତିରେ ଏନେଇ ଗ୍ରାମରେ ସଭା କରାଯାଇ ସମ୍ମିଳିତ ପ୍ରତିବାଦ କରାଯିବା ନିମନ୍ତେ ପ୍ରସ୍ତାବ ଗୃହୀତ କରାଯାଇଥିବା ଜଣାପଡିଛି। ସମ୍ପୃକ୍ତ ଠିକାଦାର କିମ୍ବା କନିଷ୍ଠଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri