ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍‌ଏଚ୍‌ଆର୍‌ସି ଗାଇଡଲାଇନ୍‌ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍‌ପି

ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା ପରେ ଏହାକୁ ବିଭିନ୍ନ ବର୍ଗର ଲୋକେ ତୀବ୍ର ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗକୁ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସପି ଅଖିଳେଶ୍ବର ସିଂ କହିଛନ୍ତି ଏନ୍‌ଏଚ୍‌ଆର୍‌ସି ଗାଇଡ଼ଲାଇନ ଅନୁଯାୟୀ ଘଟଣାର ତଦନ୍ତ ହେବ। ଟିମ ଅଫ ଡାକ୍ତରଙ୍କ ଦ୍ୱାରା ଶବ ବ୍ୟବଚ୍ଛେଦ, ଫଟୋଗ୍ରାଫି ଓ ଭିଡିଓଗ୍ରାଫି ହେବ। ହାଜତ ମୃତ୍ୟୁ ନେଇ ଥାନାରେ ମାମଲା ରୁଜୁ ହୋଇଛି।

ଏସପିଙ୍କ ସୂଚନା ଅନୁଯାୟୀ କେ.ରମେଶ ନାଁରେ ଏକାଧିକ ଥାନାରେ ମାମଲା ରହିଛି। ନିକଟରେ ତାଳଚେର ଜେଲରୁ ଜାମିନରେ ଆସିବା ପରେ ବୁଧବାର ମାରଣାସ୍ତ୍ର ଧରି ଅପରାଧ ଘଟାଇବା ପାଇଁ ଉଦ୍ୟମ କରିଥିଲେ। ଖବର ପାଇ ପୋଲିସ ଟିମ ପହଂଚିବା ପରେ ତାଙ୍କ ସହ ଧସ୍ତାଧସ୍ତି ହୋଇଥିଲା। ପରେ ତାଙ୍କୁ ଥାନା ହାଜତକୁ ନିଆଯାଇଥିଲା। ଯନ୍ତ୍ରଣା ଅନୁଭବ କରିବାରୁ ତାକୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଯାଇଥିଲେ ହେଁ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ମୃତ କେ.ରମେଶର ହାତ,କାନ ଓ ଶରୀରରେ ଗଭୀର ମାଡ଼ ଦାଗ ଥିବାରୁ ଶେଷରେ ପୋଲିସ ବାଧ୍ୟ ହୋଇ ହାଜତ ମୃତ୍ୟୁ ମାମଲା ରୁଜୁ କରିଛି। ଜଣେ ଅତିରିକ୍ତ ଏସ୍‌ପି ଓ ଡିଏସ୍‌ପିଙ୍କ ଦ୍ୱାରା ଘଟଣାର ତଦନ୍ତ ହେବ। ଏହାକୁ ଏକ ସମ୍ବେଦନଶୀଳ ମାମଲା ଭାବେ ପୋଲିସ ଗ୍ରହଣ କରିଛି। ମୃତକଙ୍କ ବାପାଙ୍କ ଉପସ୍ଥିତିରେ ଶବର ପଂଚନମା କରାଯାଇଛି। ଅନ୍ୟପଟରେ ପୁରୀ ଜିଲ୍ଲା ଓକିଲ ସଂଘ ଏବଂ ଭାଜପା ପକ୍ଷରୁ ଘଟଣାର ତୀବ୍ର ନିନ୍ଦା କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri