Posted inଜାତୀୟ

ପଞ୍ଜାବ କଂଗ୍ରେସରେ କନ୍ଦଳ ପୁଣି ତେଜିଲା

ଚଣ୍ଡିଗଡ,୨୪।୮: ପଞ୍ଜାବ କଂଗ୍ରେସର ଆଭ୍ୟନ୍ତରୀଣ କନ୍ଦଳ ଶେଷ ହେବାର ନାଁ ଧରୁନାହିଁ। ନବଜୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ କଂଗ୍ରେସର ସଭାପତି ନିଯୁକ୍ତ କରାଯିବା ପରେ ସମସ୍ତ ବିବାଦର ସମାଧାନ ହେବ ବୋଲି ବିଶ୍ୱାସ କରାଯାଉଥିଲା କିନ୍ତୁ ତାହା ହୋଇପାରି ନାହିଁ। ମଙ୍ଗଳବାର କ୍ୟାବିନେଟ ମନ୍ତ୍ରୀ ତ୍ରୁପ୍ତ ରାଜିନ୍ଦର ସିଂ ବାଜୱାଙ୍କ ବାସଭବନରେ ରାଜ୍ୟ ମନ୍ତ୍ରୀ, ବିଧାୟକ ତଥା ଅନ୍ୟ ବରିଷ୍ଠ ନେତାଙ୍କ ସମେତ ପ୍ରାୟ ଦୁଇ ଡର୍ଜନ ଲୋକଙ୍କର ଏକ ବୈଠକ ବସିଛି। ଏଥିରୁ ଜଣାପଡିଛି ଯେ ଦଳର ଆଭ୍ୟନ୍ତରୀଣ କନ୍ଦଳ ଆହୁରି ତୀବ୍ର ହୋଇଛି। ଏହି ବୈଠକ ପରେ ବାଜୱା, ସୁଖଜିନ୍ଦର ରନ୍ଧୱା, ସୁଖ ସାର୍କରିଆ ଏବଂ ଚରଣଜିତ ସିଂ ଚାନ୍ନି ସାମ୍ବାଦିକମାନଙ୍କୁ ସେ କହିଛନ୍ତି ଯେ, ସେମାନେ ଚାହୁଁଛନ୍ତି ଯେ ଅମରିନ୍ଦର ସିଂଙ୍କୁ ପରିବର୍ତ୍ତନ କରାଯାଉ। ଏହାଦ୍ୱାରା ଆଗାମୀ ନିର୍ବାଚନରେ କଂଗ୍ରେସ ପୁଣି ପ୍ରତ୍ୟାବର୍ତ୍ତନ କରିପାରିବ।
ସୂଚନାନୁସାରେ, ବୈଠକରେ ନିଷ୍ପତ୍ତି ନେବା ପରେ ଚାରିଜଣ ମନ୍ତ୍ରୀ ଏବଂ ଜଣେ ବିଧାୟକଙ୍କ ଉପରେ ଏକ ପ୍ରତିନିଧି ଦଳ ଗଠନ କରାଯାଇଛି, ଯାହାକି ନୂଆଦିଲ୍ଲୀରେ ଦଳର ହାଇକମାଣ୍ଡଙ୍କୁ ଭେଟି ପଞ୍ଜାବ କଂଗ୍ରେସର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ସୂଚନା ଦେବେ। ଏହି ପ୍ରତିନିଧି ହାଇକମାଣ୍ଡ ପଞ୍ଜାବରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ହଟାଇବାକୁ ଦାବି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri