ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ନେଇ ଉତ୍ତେଜନା

ବେତନଟୀ,୩ା୧୨(ସ୍ବ.ପ୍ର.): ବେତନଟୀ ବ୍ଲକ ଅଧୀନ ଆମ୍ବଗଡ଼ିଆ ପଞ୍ଚାୟତର ଅଙ୍ଗାରଗଡ଼ିଆ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ନୂତନ କର୍ମୀଙ୍କୁ ବିରୋଧ କରି ଶୁକ୍ରବାର ସ୍ଥାନୀୟ ଗ୍ରାମବାସୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇବା ସହ ଦୁଆର ମୁହଁରେ କଣ୍ଟା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ସୂଚନା ଅନୁଯାୟୀ, ଅଙ୍ଗାରଗଡିଆ ଅଙ୍ଗନଓ୍ବାଡି କେନ୍ଦ୍ରର ପୂର୍ବତନ କର୍ମୀ ବାସନ୍ତୀ ସିଂ ଭିଆର୍‌ଏସ୍‌ ନେଇ ଆମ୍ବଗଡ଼ିଆ ପଞ୍ଚାୟତର ସରପଞ୍ଚ ନିର୍ବାଚିତ ହେବା ପରେ ଉକ୍ତ ପଦବୀଟି ଖାଲି ପଡ଼ିଥିଲା l ଖାଲି ପଦବୀ ପୂରଣ ନିମନ୍ତେ ଗତ ସେପ୍ଟେମ୍ବର ମାସରେ ଉକ୍ତ ଗ୍ରାମର ମୋଟ ୮ଜଣ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିଥିଲେ। ଉକ୍ତ ଗ୍ରାମର ଖରେଶ୍ୱର ବୀର ସୋରେନଙ୍କ ସ୍ତ୍ରୀ ବୁଧୁନୀ ମଧ୍ୟ ଆବେଦନ କରିଥିଲେ। ବୁଧୁନୀଙ୍କର ଶାଶୁ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ହେଲପର ଭାବେ ଦୀର୍ଘଦିନ ଧରି ନିୟୋଜିତ ଅଛନ୍ତି। ହେଲେ ଗୋଟିଏ ସ୍ଥାନରେ ଗୋଟିଏ ପରିବାରରୁ ୨ଜଣଙ୍କୁ ନିଯୁକ୍ତି ନ ଦେବା ପାଇଁ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କଠାରେ ଅଭିଯୋଗ କରିଥିଲେ। ମାତ୍ର ବୁଧୁନୀଙ୍କୁ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ନୂତନ କର୍ମୀ ଭାବେ ନିଯୁକ୍ତି ପତ୍ର ମିଳିଥିଲା। ଏନେଇ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଶୁକ୍ରବାର ବୁଧୁନୀ ଉକ୍ତ କେନ୍ଦ୍ରରେ ଯୋଗଦେବାକୁ ଥିବାବେଳେ ଏକାଧିକ ଗ୍ରାମବାସୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ ବେତନଟୀ ସିଡିପିଓଙ୍କୁ ପଚାରିବାରୁ ସରକାରୀ ନିୟମ ଭିତରେ ଉକ୍ତ ନିଯୁକ୍ତି ଦିଆଯାଇଛି। ଆବେଦନକାରୀଙ୍କର ହାଇସ୍କୁଲ ପରୀକ୍ଷାରେ ଅଧିକ ନମ୍ବର ଥିବାରୁ ତାଙ୍କୁ ହିଁ ଚୟନ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?