ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା ଟ୍ରାଞ୍ଜିଷ୍ଟ ହାଉସ ଉଚ୍ଛେଦ କରାଯାଉଛି। ଉଚ୍ଛେଦକୁ ବିରୋଧ କରି ପୋଲିସ-ଜନତା ମୁହାଁମୁହିଁ ହୋଇଛନ୍ତି।

ଉଚ୍ଛେଦ ପୂର୍ବରୁ ଥଇଥାନ କରିବାକୁ ଲୋକେ ଦାବି କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଲୋକଙ୍କୁ ବୁଝାଶୁଝା କରୁଥିବା ବେଳେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।