ବଢ଼ିଲା ଉତ୍ତେଜନା: ଉତ୍ତର କୋରିଆରକୁ ଜବାବ ଦେବାକୁ ଦକ୍ଷିଣ କୋରିଆ-ଜାପାନ-ଆମେରିକାର ସମରାଭ୍ୟାସ…

ଓ୍ବାଶିଂଟନ,୧୭।୪ : ଉତ୍ତର କୋରିଆ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା କରିବା ସହିତ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି କରୁଛି। ଏଭଳି ପରିସ୍ଥିତିରେ ଦକ୍ଷିଣ କୋରିଆ, ଆମେରିକା ଏବଂ ଜାପାନ ଉତ୍ତର କୋରିଆକୁ ଜବାବ ଦେବା ପାଇଁ ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେ କ୍ଷେପଣାସ୍ତ୍ର ପ୍ରତିରକ୍ଷା ସମରାଭ୍ୟାସ କରୁଛନ୍ତି। ଏହି ସମରାଭ୍ୟାସରେ କ୍ଷେପଣାସ୍ତ୍ର ଆକ୍ରମଣରୁ ଦୂରେଇ ରହିବା ଉପରେ ଗୁରୁତ୍ୱାରୋପ କରାଯାଉଛି।

ନିକଟରେ ଆମେରିକା, ଜାପାନ ଏବଂ ଦକ୍ଷିଣ କୋରିଆ ମିଳିତ ବିବୃତ୍ତି ଜାରି କରି କହିଥିଲେ ଯେ ଉତ୍ତର କୋରିଆର ଆଣବିକ ତଥା କ୍ଷେପଣାସ୍ତ୍ର ଆକ୍ରମଣର ବିପଦକୁ ରୋକିବା ଓ ଏହାର ମୁକାବିଲା ପାଇଁ ସେମାନେ କ୍ଷେପଣାସ୍ତ୍ର ପ୍ରତିରକ୍ଷା ଏବଂ ବୁଡ଼ାଜାହାଜ ବିରୋଧୀ ସମରାଭ୍ୟାସକୁ ନିୟମିତ କରିବାକୁ ଚିନ୍ତା କରୁଛନ୍ତି। ଆମେରିକା, ଜାପାନ ଏବଂ ଦକ୍ଷିଣ କୋରିଆର ପ୍ରତିନିଧୀଙ୍କ ମଧ୍ୟରେ ୧୩ ତମ ପ୍ରତିରକ୍ଷା ତ୍ରିପାକ୍ଷିକ ସଂଳାପ ଆମେରିକାର ୱାଶିଂଟନ ଡିସିରେ କୋରିଆ ଉପଦ୍ୱୀପ ତଥା ବ୍ୟାପକ ଅଞ୍ଚଳର ସୁରକ୍ଷା ପରିବେଶ ଉପରେ ସମୀକ୍ଷା ଏବଂ ଆଦାନ ପ୍ରଦାନ ତଥା ତ୍ରିପାକ୍ଷିକ ସୁରକ୍ଷାକୁ ଦୃଢ଼ କରିବା ପାଇଁ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ପଦ୍ଧତି ବିଷୟରେ ମଧ୍ୟ ଆଲୋଚନା କରାଯାଇଥିଲା ।

ଉତ୍ତର କୋରିଆର ଏହି ଉତ୍ତେଜନାମୂଳକ କାର୍ଯ୍ୟ ପାଇଁ ଜାପାନ ଏବଂ ଦକ୍ଷିଣ କୋରିଆ ଅସନ୍ତୁଷ୍ଟ ହୋଇଛନ୍ତି। ଉତ୍ତର କୋରିଆର ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ ବିରୋଧରେ ଜାପାନ ଜାତୀୟ ସୁରକ୍ଷା ପରିଷଦର ଏକ ବୈଠକ ଡକାଇବାକୁ ଯୋଜନା କରୁଛି। ଏହା ପ୍ରଥମ ଥର ନୁହେଁ ଯେ ଦକ୍ଷିଣ କୋରିଆ, ଜାପାନ ଏବଂ ଆମେରିକା ମିଳିତ ସମରାଭ୍ୟାସ କରୁଛନ୍ତି। କିନ୍ତୁ ଅତୀତରେ ମଧ୍ୟ ଏହି ତିନି ଦେଶ ସମୟ ସମୟରେ ସମରାଭ୍ୟାସ କରି ନିଜର ସୁରକ୍ଷା ପ୍ରସ୍ତୁତିକୁ ମଜବୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri