ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ,୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି ସମୟରେ ଘଟଣା ଉଗ୍ର ରୂପ ନେଇଥିଲା। ଏଥିରେ ଡିଜେ କର୍ମଚାରୀ ଉତ୍ତ୍ୟକ୍ତ ହୋଇ ମାରଣାସ୍ତ୍ରରେ ଟେଣ୍ଟ ମାଲିକଙ୍କ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଏରବଙ୍ଗ ଗ୍ରାମର ପପୁ ପ୍ରଧାନ(୨୨)।

ଏହି ଘଟଣା ପ୍ରଚାରିତ ହେବା ପରେ ଶନିବାର ସକାଳେ ଏରବଙ୍ଗ ଗ୍ରାମର ଶତାଧିକ ମହିଳା ପୁରୁଷ ଗୋପ-କୋଣାର୍କ ରାସ୍ତାର ବେଗୁନିଆ ଛକ ନିକଟରେ ଏରବଙ୍ଗ ଗ୍ରାମର ରାସ୍ତା ଅବରୋଧ କରିଛନ୍ତି । ଘଟଣା ସ୍ଥଳରେ ଜିଲା ଅତିରିକ୍ତ ଏସ୍‌ପି, ନିମାପଡ଼ା ଡିଏସପିଙ୍କ ସହିତ ପୋଲିସ ଫୋର୍ସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା। ହେଲେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତ ଲାଗି ରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ରାତିରେ ନିମାପଡ଼ାରୁ ଏକ ବରଯାତ୍ରୀ ଗୋପ ଥାନା ବେଦପୁର ବାଲିକନ୍ଦଳ ଗାଁକୁ ଆସିଥିଲେ । ବରଯାତ୍ରୀ କନ୍ୟା ଘରେ ପହଞ୍ଚିବା ପୂର୍ବରୁ ଡିଜେ ଗାଡି ବାଜି ଗାଁର ଅନ୍ୟ ଏକ ସ୍ଥାନରେ ହେଉଥିବା ବିବାହ ଉତ୍ସବରେ ବନ୍ଧା ହୋଇଥିବା କପଡ଼ା ଚିରି ଯାଇଥିଲା। ଟେଣ୍ଟ ମାଲିକ ଏହାର ସୁଯୋଗ ଅପେକ୍ଷାରେ ରହିଥିଲେ। ପ୍ରୋସେସନ ସରିବା ପରେ ଟେଣ୍ଟ ମାଲିକ ଲିପନ ପ୍ରଧାନ ଡିଜେ ଗାଡିକୁ ଅଟକାଇଥିଲେ। ଏହାକୁ ନେଇ ଡିଜେ ମାଲିକ ଏବଂ ଟେଣ୍ଟ ମାଲିକ ଲିପନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଡିଜେ ମାଲିକ ଓ କିଛି କର୍ମଚାରୀ ଲିପନଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ଲିପନଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଏପରିକି ପୋଲିସ ଡିଜେ ଗାଡି ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri