ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ,୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି ସମୟରେ ଘଟଣା ଉଗ୍ର ରୂପ ନେଇଥିଲା। ଏଥିରେ ଡିଜେ କର୍ମଚାରୀ ଉତ୍ତ୍ୟକ୍ତ ହୋଇ ମାରଣାସ୍ତ୍ରରେ ଟେଣ୍ଟ ମାଲିକଙ୍କ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଏରବଙ୍ଗ ଗ୍ରାମର ପପୁ ପ୍ରଧାନ(୨୨)।

ଏହି ଘଟଣା ପ୍ରଚାରିତ ହେବା ପରେ ଶନିବାର ସକାଳେ ଏରବଙ୍ଗ ଗ୍ରାମର ଶତାଧିକ ମହିଳା ପୁରୁଷ ଗୋପ-କୋଣାର୍କ ରାସ୍ତାର ବେଗୁନିଆ ଛକ ନିକଟରେ ଏରବଙ୍ଗ ଗ୍ରାମର ରାସ୍ତା ଅବରୋଧ କରିଛନ୍ତି । ଘଟଣା ସ୍ଥଳରେ ଜିଲା ଅତିରିକ୍ତ ଏସ୍‌ପି, ନିମାପଡ଼ା ଡିଏସପିଙ୍କ ସହିତ ପୋଲିସ ଫୋର୍ସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା। ହେଲେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତ ଲାଗି ରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ରାତିରେ ନିମାପଡ଼ାରୁ ଏକ ବରଯାତ୍ରୀ ଗୋପ ଥାନା ବେଦପୁର ବାଲିକନ୍ଦଳ ଗାଁକୁ ଆସିଥିଲେ । ବରଯାତ୍ରୀ କନ୍ୟା ଘରେ ପହଞ୍ଚିବା ପୂର୍ବରୁ ଡିଜେ ଗାଡି ବାଜି ଗାଁର ଅନ୍ୟ ଏକ ସ୍ଥାନରେ ହେଉଥିବା ବିବାହ ଉତ୍ସବରେ ବନ୍ଧା ହୋଇଥିବା କପଡ଼ା ଚିରି ଯାଇଥିଲା। ଟେଣ୍ଟ ମାଲିକ ଏହାର ସୁଯୋଗ ଅପେକ୍ଷାରେ ରହିଥିଲେ। ପ୍ରୋସେସନ ସରିବା ପରେ ଟେଣ୍ଟ ମାଲିକ ଲିପନ ପ୍ରଧାନ ଡିଜେ ଗାଡିକୁ ଅଟକାଇଥିଲେ। ଏହାକୁ ନେଇ ଡିଜେ ମାଲିକ ଏବଂ ଟେଣ୍ଟ ମାଲିକ ଲିପନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଡିଜେ ମାଲିକ ଓ କିଛି କର୍ମଚାରୀ ଲିପନଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ଲିପନଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଏପରିକି ପୋଲିସ ଡିଜେ ଗାଡି ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri