ଦଶମ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏବେ ରାଜ୍ୟରେ କରୋନା ମହାମାରୀ ପିକ୍‌ରେ ଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆସନ୍ତା ମାସ ୩ ତାରିଖରେ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷା ବାତିଲ ନେଇ ନିଷ୍ପତ୍ତି ନିଆଯାଇଛି। ଗ୍ରେଡେଶନ ବା ମାର୍କିଂ କିପରି ହେବ ତାହା ବୋର୍ଡ ନିର୍ଦ୍ଧାରିତ କରିବ।
ଅନ୍ୟପକ୍ଷେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ରାଜ୍ୟ ମଦ୍ରାସା ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ପରୀକ୍ଷାଗୁଡ଼ିକୁ ମଧ୍ୟ ବାତିଲ କରାଯାଇଛି। ଏହି ବୋର୍ଡଗୁଡିକ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଅନୁଯାୟୀ, ଛାତ୍ରୀଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶିତ ହେବ। ଯେଉଁମାନେ ଅସହମତି ପ୍ରକାଶ କରିବେ, କୋଭିଡ ମହାମାରୀ ପ୍ରଶମିତ ହେବା ପରେ ବୋର୍ଡମାନଙ୍କ ଦ୍ୱାରା ନିର୍ଦ୍ଧାରିତ ଦିନରେ ପରୀକ୍ଷା ଦେଇପାରିବେ।
ସୂଚନାଯୋଗ୍ୟ, ପରୀକ୍ଷା ବାତିଲ ଦାବିରେ ମଙ୍ଗଳବାର ନବୀନ ନିବାସ ଆଗରେ ବହୁ ଛାତ୍ରୀଛାତ୍ର ଧାରଣା ଦେଇଥିଲେ । ବୁଧବାର ମଧ୍ୟ ମୟୂରଭଞ୍ଜ ଜିଲାପାଳଙ୍କ ବାସଭବନ ଆଗରେ ଦଶମ ଛାତ୍ରୀଛାତ୍ର  ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri